ବିଭିନ୍ନ ବିଭାଗରେ ୧୨୯୪ ନୂତନ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨ଶହ ୯୪ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ଆଜି ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇଛନ୍ତି। ଅର୍ଥ ବିଭାଗରେ ମୋଟ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି। ସେହିଭଳି ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି।

ସେହିଭଳି କ୍ରୀଡ଼ା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତୀ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯାଇଛି। ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?