ଭିସୁଟ୍‌ ମାଷ୍ଟରପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌)ର ଉନ୍ନତୀକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି। ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରୀଛାତ୍ର ପାଠ ପଢ଼ିବାର ବ୍ୟବସ୍ଥା କରାଯିବ। ଏଥିପାଇଁ ୩ଟି ପର୍ଯ୍ୟାୟରେ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଗତମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିିତ କରିବା ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ଏହି ମାଷ୍ଟରପ୍ଲାନ୍‌ ଅନୁଯାୟୀ ୨୦୩୦ ସୁଦ୍ଧା ଏହାକୁ ଏକ ବହୁମୁଖୀ ଇଞ୍ଜିନିୟରିଂ ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ ଭାବରେ ବିକଶିତ କରାଯିବ। ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ ଆଇଆଇଟି ଓ ଏନ୍‌ଆଇଟି ପରି ସଂସ୍ଥାମାନଙ୍କ ସହିତ ସମକକ୍ଷ ହେବ। ଏଥିରେ ସ୍କୁଲ ଅଫ୍‌ ଇଞ୍ଜିନିୟରିଂ, ଦକ୍ଷତା ବିକାଶ କେନ୍ଦ୍ର, ସ୍କୁଲ ଅଫ୍‌ ମେଡିକାଲ ଟେକ୍ନୋଲୋଜି ଓ ସ୍କୁଲ ଅଫ୍‌ ବେସିକ ସାଇନ୍ସ ପରି ୭ଟି ସ୍କୁଲ ରହିବ।
ମାଷ୍ଟରପ୍ଲାନ୍‌ ଅନୁଯାୟୀ ଏହି ଅନୁଷ୍ଠାନରେ ୧୦,୮୬୪ ଜଣ ଛାତ୍ରୀଛାତ୍ର ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରାଯିବ। ବର୍ତ୍ତମାନ ୨,୮୪୯ ଛାତ୍ରୀଛାତ୍ର ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି। ଏଥିରେ ୭ ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ। ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରି, ପ୍ରଫେସରମାନଙ୍କ ଚାମ୍ବର ଓ ଗ୍ୟାଲେରି ରହିବ। ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବରେଟୋରି ସୁବିଧା ଉପଲବ୍ଧ ହେବ। ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନର ସହଭାଗିତା କରାଯିବ ଏବଂ ଏଥିରେ ଅତି କମ୍‌ରେ ଜଣେ ପୂର୍ବତନ ଛାତ୍ର ମେଣ୍ଟର ଭାବରେ ଦାୟିତ୍ୱ ଗ୍ରହଣ କରିବେ। ଏହାଦ୍ବାରା ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ଶିଳ୍ପାନୁଷ୍ଠାନମାନଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ଓ ପରାମର୍ଶ କେନ୍ଦ୍ର ଭାବରେ କାର୍ଯ୍ୟ କରିପାରିବ ଏବଂ ଗ୍ରାମ୍ୟ ଓ ସହରାଞ୍ଚଳର ଉନ୍ନତୀକରଣ ପାଇଁ ଏକ ନୋଡାଲ ସେଣ୍ଟର ଭାବରେ ମଧ୍ୟ କାର୍ଯ୍ୟ କରିପାରିବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ମଧ୍ୟରେ ସମସ୍ତ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହଷ୍ଟେଲ ଓ ଅନ୍ୟାନ୍ୟ ସାଧାରଣ ମରାମତି କାମକୁ ତୁରନ୍ତ ଶେଷ କରାଯିବ ଏବଂ ଅନୁଷ୍ଠାନକୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ବ୍ୟବସ୍ଥାର ସୁବିଧା କରାଯିବ। ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟର କୁଳପତି ଓ ପ୍ରଫେସରମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନେ ସମସ୍ତେ ଏହି ରୂପାନ୍ତର କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହିତ ଏଥିପାଇଁ ପ୍ରତିବଦ୍ଧତା ସହ କାମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଦକ୍ଷତା ବିକାଶ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri