ଭୁବନେଶ୍ୱର, ବାଲିଅନ୍ତା, ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପର ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୦( ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।
ଗତ ଅଗଷ୍ଟ ମାସ ୨୩ ତାରିଖରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଜିଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ ଭେଟି ଆବାସିକ କଲୋନୀଗୁଡିକର ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା ପ୍ରତି ଦୃଷ୍ଟି ଆକର୍ଷଣ କରିବା ସହିତ ଏସବୁ ସମସ୍ୟାର ସମାଧାନ ପାଇଁ ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ ଗଠନ କରାଯାଇ ସେ ସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା। ତଦନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ୪୨୯ଟି ରାସ୍ତା ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଛନ୍ତି।

ସୂଚନାଯୋଗ୍ୟ, ୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି। ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତିକରଣ କାର୍ଯ୍ୟ କରାଯିବ। ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ। ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri