ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ପ୍ରକଳ୍ପ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ, ବ୍ୟୟ ହେବ ୬ କୋଟି ୪୧ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାର ବିକାଶ ସହ ଏହାକୁ ଏକ ପର୍ଯ୍ୟଟନସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲପୁର ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଖିଣ୍ଡା ଯାଇ ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ତାଙ୍କ ଜନ୍ମ ପୀଠ ଖିଣ୍ଡା ବିକାଶ ସମ୍ପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ। ପରେ ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ଘଣ୍ଟାଏ ଭିତରେ ନିଷ୍ପତ୍ତି ନେଇ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ। ୧.୯୪୫ ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପରେ ସୁରେନ୍ଦ୍ର ସାଏ ଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ। ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାରର ପୁନରୁଦ୍ଧାର କରାଯିବ। ଲ୍ୟାଣ୍ଡସ୍କେପିଂ ସହ ଉଦ୍ୟାନର ବିକାଶ କରାଯିବ । ସୁନ୍ଦର୍‌ ଭାବରେ ଆଲୋକୀକରଣ ମଧ୍ୟ କରାଯିବ । ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳର ଉନ୍ନତିକରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri