ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।
ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡି.ଆଇ.ଜି ବା ଏସ୍.ପି ପାହ୍ୟାରେ ରହିବେ। ଏହି ବୋର୍ଡ ପୋଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍ ଇନ୍ସପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ୍ ନିଯୁକ୍ତି ଦାୟିତ୍ୱ ସମ୍ପାଦନ କରିବ।