Posted inରାଜ୍ୟ

ବଲାଙ୍ଗିରର ୨ଟି ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୨୯୬.୫୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର, ୧୮।୧୧: ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପ ଦୁଇଟି ହେଉଛି: ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

ଏହାଦ୍ବାରା ୪ଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ। ସିକୁଆଁ ପ୍ରକଳ୍ପ ଦ୍ବାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବା ବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ବାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri