ଶିଖରଚଣ୍ଡୀ ମାଷ୍ଟରପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର,୪ା୧(ବ୍ୟୁରୋ): ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାଶର୍‌ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ। ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏନେଇ ଏହି ମାଷ୍ଟରପ୍ଲାନ୍‌କୁ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନକରି ଏହାର ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ଏନେଇ ମଙ୍ଗଳବାର ସାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ୍‌ ସମ୍ପର୍କରେ ଏକ ଉପସ୍ଥାପନା ରଖିଛନ୍ତି। ଏହି ଯୋଜନା ଅନୁଯାୟୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ୫୩.୬୪ ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ୱ ଗ୍ରହଣ କରିବ। ମାଷ୍ଟରପ୍ଲାନ୍‌ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଜୋନ୍‌-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡ଼ା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତୀକରଣ ଏବଂ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ୍‌ ରହିବ। ଜୋନ୍‌-୩ ଓ ୪ରେ ମନୋରଞ୍ଜନମୂଳକ କାର୍ଯ୍ୟ ପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତୀକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଥିଲେ।
ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଶିଖରଚଣ୍ଡୀ ଆଞ୍ଚଳିକ ସେବା ସଂଘ ସଭାପତି କ୍ଷିତୀଶ ତ୍ରିପାଠୀ ଓ ମନ୍ଦିର ପୂଜକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି କହିଛନ୍ତି, ଶିଖରଚଣ୍ଡୀ ମନ୍ଦିରର ଉନ୍ନୟନ ସ୍ଥାନୀୟ ବାସିନ୍ଦାଙ୍କ ବହୁ ଦିନର ଆଶା ଥିଲା। ମୁଖ୍ୟମନ୍ତ୍ରୀ ଏହାକୁ ପୂରଣ କରିଛନ୍ତି। ଏଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି। ବୈଠକରେ ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

ନିଦ ହଜାଇଲେଣି ସାଇବର ଅପରାଧୀ

ଭୁବନେଶ୍ୱର,୨୩।୪ (ସୂର୍ଯ୍ୟକାନ୍ତ ବେହେରା):ବାରମ୍ବାର ସଚେତନତା ସତ୍ତ୍ୱେ ଦିନକୁ ଦିନ ଠକାମିର ଶିକାର ହେଉଛନ୍ତି ଲୋକେ। ବିଭିନ୍ନ କୌଶଳ ଆପଣାଇ ଲୁଟୁଛନ୍ତି ସାଇବର ଅପରାଧୀ। କେତେବେଳେ ହ୍ବାଟ୍‌ସଆପ...

ଉଠାଦୋକାନୀଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ଅପରାଜିତା

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ଓଡ଼ିଶାକୁ ବିଶ୍ୱ ଦରବାରରେ ପ୍ରସିଦ୍ଧ କରିବା ପାଇଁ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହୋଇଥିଲା ହକି ବିଶ୍ୱକପ୍‌। ସେହି ସମୟରେ ଉଠାଦୋକାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri