ଶିଖରଚଣ୍ଡୀ ମାଷ୍ଟରପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର,୪ା୧(ବ୍ୟୁରୋ): ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାଶର୍‌ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ। ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏନେଇ ଏହି ମାଷ୍ଟରପ୍ଲାନ୍‌କୁ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନକରି ଏହାର ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ଏନେଇ ମଙ୍ଗଳବାର ସାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ୍‌ ସମ୍ପର୍କରେ ଏକ ଉପସ୍ଥାପନା ରଖିଛନ୍ତି। ଏହି ଯୋଜନା ଅନୁଯାୟୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ୫୩.୬୪ ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ୱ ଗ୍ରହଣ କରିବ। ମାଷ୍ଟରପ୍ଲାନ୍‌ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଜୋନ୍‌-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡ଼ା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତୀକରଣ ଏବଂ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ୍‌ ରହିବ। ଜୋନ୍‌-୩ ଓ ୪ରେ ମନୋରଞ୍ଜନମୂଳକ କାର୍ଯ୍ୟ ପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତୀକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପାଣ୍ଡିଆନ ଏହି ବୈଠକ ପରିଚାଳନା କରିଥିଲେ।
ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଶିଖରଚଣ୍ଡୀ ଆଞ୍ଚଳିକ ସେବା ସଂଘ ସଭାପତି କ୍ଷିତୀଶ ତ୍ରିପାଠୀ ଓ ମନ୍ଦିର ପୂଜକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି କହିଛନ୍ତି, ଶିଖରଚଣ୍ଡୀ ମନ୍ଦିରର ଉନ୍ନୟନ ସ୍ଥାନୀୟ ବାସିନ୍ଦାଙ୍କ ବହୁ ଦିନର ଆଶା ଥିଲା। ମୁଖ୍ୟମନ୍ତ୍ରୀ ଏହାକୁ ପୂରଣ କରିଛନ୍ତି। ଏଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି। ବୈଠକରେ ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri