Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଚାରିଲେ ସାଇକେଲ ଟଙ୍କା ପାଇଛ କି, ଛାତ୍ରୀ କହିଲେ ନା, ଭିଡିଓ ଭାଇରାଲ…

ରାଞ୍ଚି,୯।୧୨ : ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେତେବେଳେ ସିଏମ ସ୍କୁଲ ଛାତ୍ରୀମାନଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା କଲ୍ୟାଣ ଯୋଜନା ବିଷୟରେ ପଚାରିଛନ୍ତି। ସେ ଛାତ୍ରୀମାନଙ୍କୁ ପଚାରିଛନ୍ତି, ଆପଣ ସାଇକେଲ ପାଇଁ ଟଙ୍କା ପାଇଛନ୍ତି କି ନାହିଁ? ଏହା ଉପରେ ଛାତ୍ରୀମାନେ ଉତ୍ତର ଦେଉଛନ୍ତି ମିଳି ନାହିଁ’। ହେମନ୍ତ ସୋରେନ ପୁଣି ଥରେ ଉଚ୍ଚ ସ୍ବରରେ ପଚାରନ୍ତି, କୁହ ମିଳିଛି କି ନାହିଁ? ଛାତ୍ରୀମାନେ ଉଚ୍ଚସ୍ବରରେ ଉତ୍ତର ଦିଅନ୍ତି ନା। ଏହା ପରେ ହେମନ୍ତ ସୋରେନ ତାଙ୍କ ଅଧିକାରୀଙ୍କ ଆଡକୁ ଚାହିଁ ଚାପା କଣ୍ଠରେ କହୁଛନ୍ତି ଏହି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଶୀଘ୍ର ଜମା କର।

ଏହା ପରେ ସିଏମ ପଚାରିଛନ୍ତି ଝିଅମାନେ ‘ସାବିତ୍ରୀ ବାଇ ଫୁଲେ ଯୋଜନା’ ରୁ କିଛି ଲାଭ ପାଇଛନ୍ତି କି? ପୁନର୍ବାର ପ୍ରତିକ୍ରିୟାରେ ‘ନା’ ଶୁଣନ୍ତି। ଏହା ପରେ ସିଏମ ଲଜ୍ଜିତ ହୋଇ ଏବଂ ପରେ ଜଣେ ଅଧିକାରୀ ତାଙ୍କ ପାଖକୁ ଗଲେ। ଯେତେବେଳେ ସିଏମ ଅଧିକାରୀଙ୍କ ସହ କଥାବାର୍ତ୍ତା ହୋଇ କହିଲେ, ଏହି ଯୋଜନା କେବଳ ସେହିମାନଙ୍କ ପାଇଁ ଯେଉଁମାନଙ୍କୁ ଟଙ୍କା ମିଳିଛି।

ଏହି ଭିଡିଓ ନେଇ ଭାଜପା ସୋରେନଙ୍କୁ କଡା ସମାଲୋଚନା କରିଛି। ଭାଜପା ଏହି ଭିଡିଓକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ପୋଷ୍ଟ କରି କ୍ୟାପଶନରେ ଲେଖିଛି ମିଥ୍ୟା ସରକାରଙ୍କ କେବଳ  ପ୍ରତିଶ୍ରୂତି ପ୍ରକାଶ ପାଇଛି। ଝାଡଖଣ୍ଡର ଝିଅମାନେ ହେମନ୍ତ ସୋରେନଙ୍କ ମିଥ୍ୟା ପ୍ରତିଶ୍ରୁତିର ପର୍ଦ୍ଦାଫାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri