ଭୁବନେଶ୍ୱର,୨୦ା୧: ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀ ୨ ଦିନ ଧରି କୋଣାର୍କ ଇକୋ ରିଟ୍ରିଟ୍ରେ ଚାଲିବ। ସମ୍ମିଳନୀରେ ୧୬ରୁ ଅଧିକ ରାଜ୍ୟର ଖଣିମନ୍ତ୍ରୀ ସାମିଲ ହୋଇଛନ୍ତି।
ଏହି ସମ୍ମିଳନୀରେ ଖଣିମନ୍ତ୍ରୀ ଜି. କିଷନ ରେଡ୍ଡୀ ଓ ରାଜ୍ୟ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା ଯୋଗ ଦେଇଛନ୍ତି। ଏଥିସହିତ ଜମ୍ମୁ-କଶ୍ମୀରର ଉପମୁଖ୍ୟମନ୍ତ୍ରୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ରହିଛନ୍ତି।
ଦେଶବ୍ୟାପୀ ଦକ୍ଷ, ନିରାପଦ ଏବଂ ପରିବେଶ ଅନୁକୂଳ ଖଣି କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ।


