ସର୍ବଭାରତୀୟ କ୍ରୀଡା ସମାରୋହ ଉଦ୍‌ଯାପିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ରାଉରକେଲା,୧୫।୧୧(ବିପ୍ଳବ ରଞ୍ଜନ ଦାଶ): ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଜନଜାତି ଶିକ୍ଷାର୍ଥୀମାନଙ୍କ ଅନୁଷ୍ଠାନ(ନେଷ୍ଟସ) ଏବଂ ଓଡିଶା ସରକାରଙ୍କ ଅନୁସୂଚିତ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ଓଡିଶା ଆଦର୍ଶ ଜନଜାତି ଶିକ୍ଷା ବିଭାଗ (ଓଏମ୍‌ଟିଇଏସ୍‌) ମିଳିତ ଆନୁକୂଲ୍ୟରେ ରାଉରକେଲା ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମରେ ଚାଲିଥିବା ଚତୁର୍ଥ ସର୍ବଭାରତୀୟ କ୍ରୀଡୋତ୍ସବ ଶନିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି।

ଉଦ୍‌ଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଥିଲେ, କ୍ରୀଡା ବିନା ଦେଶ ଏବଂ ରାଜ୍ୟର ବିକାଶ ଅସମ୍ଭବ। ଏହି ଚତୁର୍ଥ ଜାତୀୟ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟସ୍ତରୀୟ ଜାତୀୟ କ୍ରୀଡା ଅନୁସୂଚିତ ଜନଜାତି, ସଂଖ୍ୟାଳଘୁ ଏବଂ ପଛୁଆ ଶ୍ରେଣୀର ଯୁବବର୍ଗ ମାନଙ୍କ ମଧ୍ୟରେ ଲୁକ୍କାୟିତ ଥିବା କ୍ରୀଡା ଦକ୍ଷତାକୁ ଉଜାଗର କରିବ। ଏହାଦ୍ୱାରା ଏହି ପିଲାମାନଙ୍କ ଭବିଷ୍ୟତ ଉଜ୍ୱଳ ହେବା ସହିତ ଦେଶ ଓ ରାଜ୍ୟରେ କ୍ରୀଡା, ସୁରକ୍ଷା ତଥା ବିଭିନ୍ନ କ୍ଷେତ୍ରରେ ଯୋଗଦାନ ଦେବାର ସୁଯୋଗରେ ଏହି ଅଂଶଗ୍ରହଣ ବିଶେଷ ଲାଭଦାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ। ଏଥିରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଓଡ଼ିଶା ବିଧାନସଭାର ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ସମେତ ରଘୁନାଥପାଲୀ ଓ ରାଉରକେଲା ବିଧାୟକ ବରେଣ୍ୟ ଅତିଥି, ଓଏମ୍‌ଟିଇଏସ୍‌ର ବି. ପରମେଶ୍ୱରନ, କ୍ରୀଡାବିତ୍‌ ଦୂତୀ ଚାନ୍ଦ ଏବଂ ସୁନ୍ଦରଗଡ ଜିଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ର ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ। ଏହି ଅବସରରେ ଅତିଥିମାନେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ୫ଦିନ ଧରି ଚାଳିଥିବା ଏହି ଜାତୀୟ ସ୍ତରର ପ୍ରତିଯୋଗିତାରେ ୨୨ଟି ରାଜ୍ୟର ୫,୫୦୦ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭାଗ ନେଇଥିଲେ। ବି. ପରମେଶ୍ୱରନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri