ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ: କହିଲେ ରାଜ୍ୟର ଚାଷୀଙ୍କ ଆୟ…

ବଲାଙ୍ଗୀର,୧୭।୬: ବଲାଙ୍ଗୀର ପଥରଚେପା ଠାରେ ମଙ୍ଗଳବାର ରାଜ୍ୟ ସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଯୋଗଦାନ କରି ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ କୃଷକ ମାନଙ୍କ ଯୋଗଦାନ ଓ ଭୂମିକା ସମ୍ପର୍କରେ କହିଥିଲେ। ବଲାଙ୍ଗୀର ଜିଲାର କୃଷି, ଜଳସେଚନ ବୃଦ୍ଧି ସହ ପ୍ରତି ଜିଲାରେ ଏକ ଶିଳ୍ପ ପ୍ରତିଷ୍ଠା କରାଯିବ ବୋଲି କହିଥିଲେ। ଏହି ଅବସରରେ ବନ୍ଦ ପଡିଥିବା ଦେଓଗାଁ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରାଯିବ ବୋଲି ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀଡ଼ ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ, ବଲାଙ୍ଗୀର ଏମପି ସଙ୍ଗୀତା କୁମାରୀ ସିଂଦେଓ, ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଆରଡିସି ସଚିନ ରାମଚନ୍ଦ୍ର ଯାଦବ, ଜିଲାପାଳ ଗୈାରବ ଶିଓ୍ବାଜୀ ଇସଲଓ୍ବାର ମଞ୍ଚାସୀନ ଥିଲେ। ଏହି ଅବସରରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାର ୧୧ ଜଣ ସଫଳ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ ମାଝି ସମ୍ବର୍ଦ୍ଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଓ ପଡୋଶୀ ଜିଲାରୁ ସହସ୍ରାଧିକ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

ଇରାନ ଆମେରିକା ସହିତ ପୁଣିଥରେ ଯୁଦ୍ଧ ଆରମ୍ଭ କରିବାରୁ କ୍ଷୁବ୍ଧ ହେଲା ପାକିସ୍ତାନ, ବିଶେଷଜ୍ଞ କହିଲେ -‘ଏହା ଶକ୍ତି ନୁହେଁ ବରଂ…’

ଇସଲାମାବାଦ,୧୯।୭: ଆମେରିକା ସହିତ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ଇସଲାମାବାଦ ବୁଝାମଣାପତ୍ର ଅନୁଯାୟୀ ସମସ୍ତ ଦାୟିତ୍ୱକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛି। ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତି…

ରାସ୍ତା ଉପରେ ଆଣ୍ଠୁଏ ପାଣି, ବହୁବାର ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ, ମରାମତି ଦାବି କରି…

କେସିଙ୍ଗା,୧୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ଖଜୁରପଡ଼ାଠାରୁ କିକିଆ ୩କିମି ରାସ୍ତା ଶୋଚନୀୟ ଅବସ୍ଥାରେ ଦୀର୍ଘ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri