ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୭୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୫୨୨ ଏବଂ କୁଶଳୀ ଶ୍ରମିକଙ୍କ ମଜୁରୀ ୫୭୨ ଟଙ୍କାକୁ ବୃଦ୍ଧି କରାଯାଇଛି।

ସେହିପରି ଅତିକୁଶଳୀ ଶ୍ରମିକଙ୍କ ମଜୁରୀ ୬୨୨ ଟଙ୍କା ବୃଦ୍ଧି କରାଯାଇଥିବା ନେଇ ଘୋଷଣା କରାଯାଇଛି। ଏପ୍ରିଲ ପହିଲାରୁ ପିଛିଲା ଭାବେ ଏହି ବର୍ଦ୍ଧିତ ମଜୁରୀ ଲାଗୁ ହେବ ବୋଲି ସୂଚନା ଦିଆଯାଇଛି। ଏହା ଦ୍ୱାରା ଅଣକୁଶଳୀ, କୁଶଳୀ ଏବଂ ଅତିକୁଶଳୀ ଶ୍ରମିକ ଉପକୃତ ହେବ।

Share