ମହିଳା ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନାଠାରୁ ୨-୧ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଟିମ୍‌ର ମନୋବଳ ବଢାଇଛନ୍ତି। ସେମିରେ ଖୁବ୍‌ ସାହସିକତାର ସହ ମହିଳା ଟିମ୍‌ ପ୍ରଦର୍ଶନ କରିଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି। ମହିଳା ଦଳର ପ୍ରଦର୍ଶନ ଖୁବ୍‌ ଉତ୍ସାହଜନକ ଥିଲା। ଆଗାମୀ ଦିନ ପାଇଁ ମୁଖ୍ୟମନ୍ତ୍ରୀ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ସେମିରେ ହାରିବା ପରେ ଏବେ ବ୍ରୋଞ୍ଜ ପଦକ ପାଇଁ ଟିମ୍‌ ଖେଳିବ।
ସୂଚନାଯୋଗ୍ୟ ମୁଖ୍ୟମନ୍ତ୍ରୀଙ୍କ ହକି ପ୍ରତି ଭଲପାଇବା ଯୋଗୁ ୨୦୧୮ ପରଠାରୁ ରାଜ୍ୟ ସରକାର ଉଭୟ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ରହି ଆସିଛନ୍ତି। ଓଡ଼ିଆ ପୁରୁଷ ଓ ମହିଳା ଖେଳାଳି ଭାରତୀୟ ଦଳରେ ସାମିଲ ହୋଇ ଓଡ଼ିଆ ଜାତିକୁ ସମଗ୍ର ବିଶ୍ୱରେ ଗର୍ବିତ କରିଛନ୍ତି। ଦୀର୍ଘ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀଙ୍କ କ୍ରୀଡ଼ା ପ୍ରତି ପ୍ରତିବଦ୍ଧତା, ହାଇପରଫର୍ମାନ୍ସ ସେଣ୍ଟର ପ୍ରତିଷ୍ଠା ଏବଂ ହକି ଭିତ୍ତିଭୂମି ସୁଦୃଢ଼ୀକରଣ ଆଦି ଏହି ସଫଳତା ଆଣିବାରେ ସହାୟକ ହୋଇପାରିଛି। ଓଡ଼ିଶା ୨୦୧୮ରେ ପୁରୁଷ ହକି ବିଶ୍ୱକପ୍‌ ଆୟୋଜନ କରିଥିବା ବେଳେ ୨୦୨୩ରେ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ୍‌ ଆୟୋଜନ କରିବାକୁ ଯାଉଛି। ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ତୃଣମୂଳସ୍ତରରୁ ଖେଳାଳି ଚୟନ ସହ ଅନ୍ତର୍ଜାତୀୟ ସ୍ତରର କୋଚ୍‌ମାନଙ୍କୁ ନେଇ ଯେଉଁ ତାଲିମ କାର୍ଯ୍ୟକ୍ରମ ଚାଲୁରହିଛି ସେ ସବୁର ସକାରାତ୍ମକ ପ୍ରଭାବ ଏବେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri