ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୧୧ା୫: ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ ଜାତୀୟତାର ମନୋଭାବ ରଖି ବେସାମରିକ ସୁରକ୍ଷା ବା Civil Defence ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାପାଇଁ ମୁଁ ଜନସାଧାରଣଙ୍କୁ, ବିଶେଷକରି ଯୁବ ସମାଜକୁ ଆହ୍ବାନ କରୁଛି। ଯୁବ ସମାଜ ହିଁ ଆମ ଆଶା, ଭରଷା ଓ ଶକ୍ତିର ପ୍ରତୀକ।

ଇଚ୍ଛୁକ ସ୍ବେଚ୍ଛାସେବୀମାନେ ଜିଲା ସ୍ତରରେ ଜିଲାପାଳଙ୍କୁ ଆବେଦନ କରିପାରିବେ। ଜିଲାପାଳ ହେଉଛନ୍ତି ଜିଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ। ଏହି ସ୍ବେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଆବଶ୍ୟକ ହେଲେ ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ। ଆମ ରାଜ୍ୟର ୧୨ଟି ସ୍ଥାନରେ Civil Defence ସଙ୍ଗଠନ କାର୍ଯ୍ୟ କରୁଛି। ଆବଶ୍ୟକତା ଅନୁଯାୟୀ ଅନ୍ୟ ସ୍ଥାନଗୁଡ଼ିକରେ ନୂଆ ସଙ୍ଗଠନ ଗଢ଼ିବାକୁ ମୁଁ ନିର୍ଦ୍ଦେଶ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୋର ଆଶା ଓ ବିଶ୍ବାସ, ସେବା ଓ ଜାତୀୟତାର ମନୋଭାବ ରଖି ଅନେକ ବ୍ୟକ୍ତି ବିଶେଷ, ବିଶେଷକରି ଯୁବ ବର୍ଗ, ଏଥିପାଇଁ ଆଗେଇ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri