ହାତୀ ପିଠିରେ ବସି କଂସ ଦରବାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ, ନିହାର ମହାନନ୍ଦ, ସନତ ଗଡତିଆ, ଇରାଶିଷ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ।

ମହୋତ୍ସବର ଦଶମ ଦିନରେ ମୁଖ୍ୟମନ୍ତ୍ରୀ ରାଜ ଅତିଥି ଭାବେ ଯୋଗଦେଇ କହିଥିଲେ, ଧନୁଯାତ୍ରା ଆମ ମାଟିର ମହକ। ଆମ ଇତିହାସର ମୁଖଶାଳା। ଏହା କେବଳ ପଶ୍ଚିମ ଓଡ଼ିଶାର ପାର୍ବଣ ନୁହେଁ, ସମଗ୍ର ଓଡ଼ିଶାର ସ୍ବାଭିମାନ। ପୂର୍ବ ସରକାର ଧନୁଯାତ୍ରାକୁ ୧୦ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରୁଥିଲେ। କିନ୍ତୁ ନୂଆ ସରକାର ଚଳିତବର୍ଷ ମଥୁରାନଗରୀର ପ୍ରଜାମାନଙ୍କ ଭାବାବେଗକୁ ସମ୍ମାନ ଜଣାଇ ମହୋତ୍ସବକୁ ଭବ୍ୟ, ଆକର୍ଷିତ କରିବା ପାଇଁ ସହାୟତା ରାଶିକୁ ୧କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ବଡ଼ ଘୋଷଣା କରିଥିଲେ।

ଏହାସହିତ ଧନୁଯାତ୍ରାର ବ୍ୟାପକ ପ୍ରଚାର, ପ୍ରସାର ବ୍ୟାପକ କରିବାକୁ ବ୍ୟୟ ବରାଦ କରାଯିବା ସହିତ ୟୁନେସ୍କୋ ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ପଦକ୍ଷେପ ନିଆଯାଉଛି। ମହୋତ୍ସବରେ ଅଭିନୟ କରୁଥିବା ୧୭୦କଳାକାରଙ୍କୁ ପ୍ରଥମଥର ପାଇଁ ୧୦ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri