ହାତୀ ପିଠିରେ ବସି କଂସ ଦରବାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ, ନିହାର ମହାନନ୍ଦ, ସନତ ଗଡତିଆ, ଇରାଶିଷ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ।

ମହୋତ୍ସବର ଦଶମ ଦିନରେ ମୁଖ୍ୟମନ୍ତ୍ରୀ ରାଜ ଅତିଥି ଭାବେ ଯୋଗଦେଇ କହିଥିଲେ, ଧନୁଯାତ୍ରା ଆମ ମାଟିର ମହକ। ଆମ ଇତିହାସର ମୁଖଶାଳା। ଏହା କେବଳ ପଶ୍ଚିମ ଓଡ଼ିଶାର ପାର୍ବଣ ନୁହେଁ, ସମଗ୍ର ଓଡ଼ିଶାର ସ୍ବାଭିମାନ। ପୂର୍ବ ସରକାର ଧନୁଯାତ୍ରାକୁ ୧୦ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରୁଥିଲେ। କିନ୍ତୁ ନୂଆ ସରକାର ଚଳିତବର୍ଷ ମଥୁରାନଗରୀର ପ୍ରଜାମାନଙ୍କ ଭାବାବେଗକୁ ସମ୍ମାନ ଜଣାଇ ମହୋତ୍ସବକୁ ଭବ୍ୟ, ଆକର୍ଷିତ କରିବା ପାଇଁ ସହାୟତା ରାଶିକୁ ୧କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ବଡ଼ ଘୋଷଣା କରିଥିଲେ।

ଏହାସହିତ ଧନୁଯାତ୍ରାର ବ୍ୟାପକ ପ୍ରଚାର, ପ୍ରସାର ବ୍ୟାପକ କରିବାକୁ ବ୍ୟୟ ବରାଦ କରାଯିବା ସହିତ ୟୁନେସ୍କୋ ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ପଦକ୍ଷେପ ନିଆଯାଉଛି। ମହୋତ୍ସବରେ ଅଭିନୟ କରୁଥିବା ୧୭୦କଳାକାରଙ୍କୁ ପ୍ରଥମଥର ପାଇଁ ୧୦ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri