Posted inଜାତୀୟ

ଆଜି ମୁଖ୍ୟମନ୍ତ୍ରୀ-ମୁଖ୍ୟ ବିଚାରପତି ସମ୍ମିଳନୀ

ନୂଆଦିଲ୍ଲୀ,୩୦ା୪: ମୁଖ୍ୟମନ୍ତ୍ରୀ ଏବଂ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉଦ୍‌ଘାଟନ କରିବେ। ଏଥିରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା ଉପସ୍ଥିତ ରହିବେ। ସମ୍ମିଳନୀରେ ଯୋଗଦେବା ଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀରେ ପହଞ୍ଚତ୍ଛନ୍ତି। ସେ କେନ୍ଦ୍ର ସରକାରଙ୍କ ବିଚାରାଧୀନ ଥିବା ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ଉପରେ ସମୀକ୍ଷା କରିବେ ବୋଲି ଗଣମାଧ୍ୟମକୁ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀ ଡାକିଥିବାରୁ ସେ ଏଥିରେ ଯୋଗଦେବା ଲାଗି ଆସିଥିବା କହିଛନ୍ତି। ୬ ବର୍ଷ ବ୍ୟବଧାନ ପରେ ଏଭଳି ଏକ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ନ୍ୟାୟପାଳିକା ସମ୍ମୁଖୀନ ହେଉଥିବା ବିଭିନ୍ନ ଚ୍ୟାଲେଞ୍ଜ ସମ୍ପର୍କରେ ଉକ୍ତ ସମ୍ମିଳନୀରେ ଆଲୋଚନା କରାଯିବ। କୋର୍ଟଗୁଡ଼ିକରେ ଭିତ୍ତିଭୂମିର ବିକାଶ ଲାଗି ସିଜେଆଇ ଦେଇଥିବା ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହେବ। ଏହା ବ୍ୟତୀତ କୋର୍ଟଗୁଡ଼ିକରେ ଖାଲି ପଡ଼ିଥିବା ବିଚାରପତି ପଦ, ବିଚାର ଅପେକ୍ଷାରେ ପଡ଼ିରହିଥିବା ମାମଲା ସଂଖ୍ୟା ହ୍ରାସ କରିବା, ନ୍ୟାୟିକ ସହାୟତା ସେବା, ଭବିଷ୍ୟତ କାର୍ଯ୍ୟଯୋଜନା ଏବଂ ଇ-କୋର୍ଟ ତୃତୀୟ ପର୍ଯ୍ୟାୟ ପରିକଳ୍ପନା ଆଲୋଚନାରେ ସ୍ଥାନ ପାଇବ ବୋଲି ଜଣାପଡ଼ିଛି। ଦିବସବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ସମ୍ମିଳନୀରେ ସିଜେଆଇ ଏବଂ କେନ୍ଦ୍ର ଆଇନମନ୍ତ୍ରୀ କିରେନ୍‌ ରିଜିଜୁ ଉଦ୍‌ବୋଧନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri