ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏପରିିକି ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି।

ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି। ଗତକାଲି ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ତାମିଲନାଡୁ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଛନ୍ତି। ଏପରିକି ଓଡ଼ିଆ ଶ୍ରମିକମାନଙ୍କ ଉପଯୁକ୍ତ ଚିକିତ୍ସା ଏବଂ ଅନ୍ୟାନ୍ୟ ସହାୟତା ଠିକ୍‌ ଭାବେ ମିଳି ପାରିବ ସେ ନେଇ ମଧ୍ୟ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁରେ ପହଞ୍ଚି ତାମିଲନାଡୁ ଅଧିକାରୀଙ୍କ ସହିତ ସମନ୍ବୟ ରକ୍ଷାକରି ଆହତ ଶ୍ରମିକଙ୍କ ଚିକିତ୍ସା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ସହାୟତା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri