ବିଷ୍ଣୁ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ସମେତ ପ୍ରମୁଖ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି, ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ବିଷ୍ଣୁ ସେଠୀଙ୍କ ପରଲୋକ ଶୋକବ୍ୟକ୍ତ କରିଛନ୍ତି। ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।