ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

 

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ୭୬ ତମ ସ୍ବାଧୀନତା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ। ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି। ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା।