Posted inଜାତୀୟ

କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣକୁ ନେଇ ଜରୁରୀ ବୈଠକ ଡକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀରେ ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି। ଏହା ଦିଲ୍ଲୀବାସୀଙ୍କ ଜୀବନ ଓ ଜୀବିକା ଉପରେ ଗୁରୁତର ପ୍ରଭାବ ପକାଇପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ଗୁରୁବାର ଏକ ରିଭ୍ୟୁ ମିଟିଂ ଡକାଇଛନ୍ତି। ଏହି ବୈଠକରେ ଆଇସିୟୁ, ଭେଣ୍ଟିଲେଟର ଉପରେ ଆଲୋଚନା କରାଯିବ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ଦିଲ୍ଲୀରେ କରୋନା ମାମଲା ବୃଦ୍ଧି ପରେ ଅନେକ ଡାକ୍ତରଖାନାରେ ଭେଣ୍ଟିଲେଟର ଅଭାବ ଦେଖାଦେଇଛି। ଡାକ୍ତରଖାନାଗୁଡ଼ିକରେ ଶଯ୍ୟା ଅଭାବ ନ ହେବା ପାଇଁ ସମସ୍ତ ଉଦ୍ୟମ କରାଯାଉଛି। ଏଥିସହ ଘରୋଇ ଡ଼ାକ୍ତରଖାନାରେ ୮୦ ପ୍ରତିଶତ ଆଇସିୟୁ ଶଯ୍ୟା ସଂରକ୍ଷଣ ପାଇଁ ହାଇକୋର୍ଟରେ ହୋଇଥିବା ଆବେଦନ ମାମଲାକୁ ନେଇ ମଧ୍ୟ ଉକ୍ତ ବୈଠକରେ ଆଲୋଚନା ହେବ। କାରଣ ଏହି ମାମଲାରେ ରାଜ୍ୟ ସରକାରଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଥିଲେ। ତେବେ ଏହା ବିରୋଧରେ ରାଜ୍ୟସରକାର ସୁପ୍ରିମକୋର୍ଟରେ ଆବେଦନ କରିବେ ବୋଲି କେଜରିଓ୍ବାଲ କହିଛନ୍ତି। ଏଥିସହ ବାଣକୁ ନେଇ ମଧ୍ୟ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri