ନିଜ ଜନ୍ମ ମାଟିରେ ରୋଡ଼ ଶୋ’ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ଘଟଗାଁ ହାଇସ୍କୁଲ ପଡ଼ିଆରେ ଓହ୍ଲାଇ ଥିଲେ। ସେଠାରୁ ମା’ ତାରିଣୀ ମନ୍ଦିର ପର୍ଯ୍ୟନ୍ତ ପ୍ରାୟ ୪ କି.ମି. ବିଶାଳ ରୋଡ଼ ଶୋ’ କରିଥିଲେ। ହଜାର ହଜାର ସଂଖ୍ୟାରେ ଲୋକ ରାସ୍ତା କଡ଼ରେ ଛିଡା ହୋଇ ତାଙ୍କୁ ସ୍ବାଗତ କରିଥିଲେ।

ମୁଖ୍ୟମନ୍ତ୍ରୀ ମା’ ତାରିଣୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ପରେ ସେ ମନ୍ଦିର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଥିଲେ। ଏବେ ମା’ଙ୍କ ପୀଠରେ ୫୦ କୋଟି ଟଙ୍କାର କାମ ଚାଲିଛି। ମାତ୍ର ଏହା ପୀଠର ବିକାଶ ପାଇଁ ପର୍ଯ୍ୟାପ୍ତ ନୁହେଁ। ଏନେଇ ଆଉ ୫୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିବା ସହ ମା’ଙ୍କ ପୀଠକୁ ଜାତୀୟ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାର ଅନୁଧ୍ୟାନ କରିବାକୁ ଏକ କମିଟି ଆସିବେ ବୋଲି ମୁଖ୍ୟମନ୍ତ୍ର ସୂଚନା ଦେଇଥିଲେ।

ପରେ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କର୍ମୀମାନଙ୍କ ସହିତ ଆଲୋଚନା କରିବା ସହ ଲୋକଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଏହି ଅବସରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରାଯାଇଥିଲା।

ସାଂସଦ ଅନନ୍ତ ନାୟକ, ଜିଲାପାଳ ବିଶାଳ ସିଂହ, ଏସ୍‌ପି ନୀତିନ କୁଶଲକରଙ୍କ ସମେତ ବିଧାୟକ ଡାକ୍ତର ଫକୀର ମୋହନ ନାୟକ, ଅଖିଳ ନାୟକ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଏହା ପରେ ସେ କେନ୍ଦୁଝରକୁ ହେଲିକପ୍ଗର ଆସି ରିଜର୍ଭ ପଡିଆରେ ଓହ୍ଲାଇଥିଲେ। ସେଠାରୁ ସର୍କିଟ ହାଉସ ଯାଇ ବିଶ୍ରାମ ନେଇ କର୍ମୀମାନଙ୍କ ସହିତ ଆଲୋଚନା କରିଥିଲେ। ପରେ ସେଠାରୁ ପୁରୁଣା ବଜାର ସାହି ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କରି ଏକ ରୋଡ ସୋରେ ସହର ପରିକ୍ରମା କରି କେନ୍ଦୁଝର ଷ୍ଟାଡିୟମରେ ଆୟୋଜିତ ସମ୍ବର୍ଧନା ସଭାରେ ଯୋଗ ଦେଇଥିଲେ।

ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୁରୁଣା ସହର ବେଦ ବିଦ୍ୟାଳୟ ଯାଇଥିଲେ। ରାସ୍ତା କଡ଼ରେ ଉପସ୍ଥିତ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ହାତ ହଲେଇ ଶୁଭେଚ୍ଛା ଜଣାଇଥିଲେ। ଏହିବସରରେ ବିଭିନ୍ନ ଅନୁଷ୍ଠାନ, ସଂଗଠନ ତଥା କାର୍ଯ୍ୟକର୍ତ୍ତା ଓ କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ସେ କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri