ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ ଚାକିରିରୁ ବହିଷ୍କାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡାକ୍ତର ବାରିକ ପୂର୍ବରୁ ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ସିଏଚ୍‌ସିର ମେଡିକାଲ ଅଫିସର ଭାବେ କାର୍ଯ୍ୟରତ ଥିଲେ। ସେଠାରେ ଥିବା ସମୟରେ ଦୁର୍ନୀତି ଅଭିଯୋଗରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହାକୁ ଆଧାର କରି ମୁଖ୍ୟମନ୍ତ୍ରୀ ତାଙ୍କୁ ସରକାରୀ ସେବାରୁ ବହିଷ୍କାର କରିଛନ୍ତି। ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନର ସମସ୍ତ ସ୍ତରକୁ ନିର୍ଦ୍ଦେଶ ଦେଇଛନ୍ତି।

 

Odisha’s No.1 Odia Daily