Posted inଜାତୀୟ

ବାଜା ବଜାଇ ଶିନ୍ଦେଙ୍କୁ ସ୍ବାଗତ କଲେ ସ୍ତ୍ରୀ

ମୁମ୍ବାଇ,୬।୭: ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ହେବାପରେ ଏକନାଥ ଶିନ୍ଦେ ପ୍ରଥମ ଥର ପାଇଁ ତାଙ୍କ ଘରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବହୁ ସଂଖ୍ୟାରେ ଲୋକ ତାଙ୍କ ଥାନେସ୍ଥିତ ଘରେ ପହଞ୍ଚି ବାଜା ବଜାଇ ସ୍ବାଗତ କରିଥିଲେ। କେବଳ ଏତିକି ନୁହେଁ, ତାଙ୍କ ସ୍ତ୍ରୀ ଲତା ଏକନାଥ ଶିନ୍ଦେ ମଧ୍ୟ ବାଜା ବଜାଉଥିବା ଦେଖିବାକୁ ମିଳିଥିଲା। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଲତାଙ୍କ ବିଷୟରେ ଖୁବ କମ ଲୋକ ଜାଣନ୍ତି, କିନ୍ତୁ ସ୍ବାମୀଙ୍କ ରାଜନୈତିକ କ୍ୟାରିୟରରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦୁଇ ପିଲାଙ୍କ ମୃତ୍ୟୁ ପରେ ଶିନ୍ଦେଙ୍କୁ ସେ ହିଁ ସମ୍ଭାଳି ଥିଲେ। ଏକନାଥଙ୍କର ତିନୋଟି ସନ୍ତାନ ଥିଲେ। କିନ୍ତୁ ଜୁନ ୨,୨୦୦୦ରେ ତାଙ୍କ ଜୀବନରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ସେ ନିଜ ପରିବାର ସହିତ ସତରା ଜିଲାର ତାଙ୍କ ଗାଁ ନିକଟରେ ଅବସ୍ଥିତ ଏକ ହ୍ରଦରେ ବୋଟିଂ ବସି ବୁଲିବାକୁ ଯାଇଥିଲେ। ଏହି ସମୟରେ ଡଙ୍ଗା ବୁଡ଼ିଯିବାରୁ ସେଥିରେ ଥିବା ତାଙ୍କ ଦୁଇ ସନ୍ତାନ ବୁଡିଯାଇଥିଲେ। ସେହି ଘଟଣା ପରିବାରକୁ ସଂପୂର୍ଣ୍ଣ ଭାଙ୍ଗି ଦେଇଥିଲା ଏବଂ ଏକନାଥ ଅବସାଦଗ୍ରସ୍ତ ହୋଇଥିଲେ। ଏପରିକି ସେ ରାଜନୀତି ଛାଡିବାକୁ ନିଷ୍ପତ୍ତି ନେଇଥିଲେ। ଏହି ସମୟରେ ତାଙ୍କର ରାଜନୈତିକ ପରାମର୍ଶଦାତା ଆନନ୍ଦ ଦିଘେ ଏବଂ ଲତା ତାଙ୍କୁ ସକ୍ରିୟ ରାଜନୀତିର ଏକ ଅଂଶ ରହିବାକୁ ପ୍ରବର୍ତ୍ତାଇଥିଲେ।
ଏକନାଥ ଶିନ୍ଦେ ସୋମବାର ବିଧାନସଭାରେ ତାଙ୍କ ସରକାରର ସଂଖ୍ୟାଗରିଷ୍ଠତା ପ୍ରମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri