Budget 2025: ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୨: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଆଜି ଏକ୍ସ ଯୋଗେ ପ୍ରଧାନମନ୍ତ୍ରୀ ଓ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନାଗରିକଙ୍କୁ ସଶକ୍ତ ଓ ଅର୍ଥନୀତିକୁ ସମୃଦ୍ଧ କରିବ ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ହାସ୍‌ଟ୍ୟାଗ୍‌ ଦେଇ ବିକଶିତ ଭାରତ ବଜେଟ-୨୦୨୫ ବୋଲି ଲେଖିଛନ୍ତି।

Share