ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଥଇଥାନ ଓ କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ଼ ବିପତ୍ତି ହଟିଗଲା।
ବାତ୍ୟା ‘ଦାନା’ ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ। ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ଏମ୍‌ପି, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକୁ ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି।

ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ ସମସ୍ତେ ଦିନ ରାତି ଏକ କରିଦେଇଥିଲେ।ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଛି ।

ଏ ସରକାର ଜନସାଧାରଣଙ୍କର। ଆପଣଙ୍କ ସେବା ଓ ସହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ୱ।
ଶାନ୍ତିଶୃଙ୍ଖଳା, ଏବଂ ଧୈର୍ଯ୍ୟର ସହିତ ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର। ସମଗ୍ର ଓଡ଼ିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି। ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ଼ ଭାବେ ଛିଡା ହୋଇଛନ୍ତି, ହୋଇଥିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି।

ସେହିପରି ବାତ୍ୟା ‘ଦାନା’ ଆସିବା ପୂର୍ବରୁ ବୃଦ୍ଧ, ବୃଦ୍ଧା ଓ ଗର୍ଭବତୀ ମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ କ୍ୟାମ୍ପରେ ପହଞ୍ଚାଇବାରେ ଆଶାକର୍ମୀ ଶିବାନୀ ମଣ୍ଡଳ ହେଳା କରି ନ ଥିଲେ। ତଳିଆ ଅଞ୍ଚଳରେ ରହୁଥିବା ବୃଦ୍ଧା ଓ ଗର୍ଭବତୀଙ୍କୁ ନିଜ କାନ୍ଧରେ ବୋହି ଆଶ୍ରୟସ୍ଥଳୀରେ ପହଞ୍ଚାଇଥିଲେ ଶିବାନୀ। ଅସହାୟଙ୍କ ପାଇଁ ସେ ପାଲଟିଥିଲେ ଦେବଦୂତ । ତାଙ୍କର ଏଭଳି କାର୍ଯ୍ୟ ପାଇଁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଥିବାବେଳେ ତୁରନ୍ତ ଆବାସ ଘର ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଡିଓ ନିଜେ ଶିବାନୀଙ୍କ ଘରେ ପହଞ୍ଚି ତାଙ୍କୁ ଆବାସ ଯୋଜନାର ୱାର୍କଅର୍ଡର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri