ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଥଇଥାନ ଓ କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ଼ ବିପତ୍ତି ହଟିଗଲା।
ବାତ୍ୟା ‘ଦାନା’ ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ। ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ଏମ୍‌ପି, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକୁ ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି।

ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ ସମସ୍ତେ ଦିନ ରାତି ଏକ କରିଦେଇଥିଲେ।ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଛି ।

ଏ ସରକାର ଜନସାଧାରଣଙ୍କର। ଆପଣଙ୍କ ସେବା ଓ ସହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ୱ।
ଶାନ୍ତିଶୃଙ୍ଖଳା, ଏବଂ ଧୈର୍ଯ୍ୟର ସହିତ ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର। ସମଗ୍ର ଓଡ଼ିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି। ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ଼ ଭାବେ ଛିଡା ହୋଇଛନ୍ତି, ହୋଇଥିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି।

ସେହିପରି ବାତ୍ୟା ‘ଦାନା’ ଆସିବା ପୂର୍ବରୁ ବୃଦ୍ଧ, ବୃଦ୍ଧା ଓ ଗର୍ଭବତୀ ମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ କ୍ୟାମ୍ପରେ ପହଞ୍ଚାଇବାରେ ଆଶାକର୍ମୀ ଶିବାନୀ ମଣ୍ଡଳ ହେଳା କରି ନ ଥିଲେ। ତଳିଆ ଅଞ୍ଚଳରେ ରହୁଥିବା ବୃଦ୍ଧା ଓ ଗର୍ଭବତୀଙ୍କୁ ନିଜ କାନ୍ଧରେ ବୋହି ଆଶ୍ରୟସ୍ଥଳୀରେ ପହଞ୍ଚାଇଥିଲେ ଶିବାନୀ। ଅସହାୟଙ୍କ ପାଇଁ ସେ ପାଲଟିଥିଲେ ଦେବଦୂତ । ତାଙ୍କର ଏଭଳି କାର୍ଯ୍ୟ ପାଇଁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଥିବାବେଳେ ତୁରନ୍ତ ଆବାସ ଘର ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଡିଓ ନିଜେ ଶିବାନୀଙ୍କ ଘରେ ପହଞ୍ଚି ତାଙ୍କୁ ଆବାସ ଯୋଜନାର ୱାର୍କଅର୍ଡର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?