ଅଲିମ୍ପିକ୍ସରେ ଚମକିଥିବା ଓଡ଼ିଶାର ହକି ଖେଳାଳିଙ୍କୁ ୨.୫ କୋଟି ପୁରସ୍କାର ସହ ଡିଏସ୍‌ପି ଚାକିରି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିଲା ଭାରତୀୟ ହକି ଦଳ। ଏଥିରେ ସାମିଲ ଥିବା ଓଡ଼ିଶାର ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୁରୁଷ ଦଳରେ ସାମିଲ ଥିବା ବୀରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହଦାସଙ୍କୁ ୨ କୋଟି ୫୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ଏଥିସହ ସେମାନଙ୍କୁ ରାଜ୍ୟ ପୋଲିସ ବିଭାଗରେ ଡିସିପି(ଡେପୁଟି ସୁପରିଟେଣ୍ଡେଣ୍ଟ ଅଫ୍‌ ପୋଲିସ୍‌) ଭାବରେ ନିଯୁକ୍ତି ଲାଗି ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସେହିଭଳି ଭାରତୀୟ ମହିଳା ହକି ଟିମ୍‌ରେ ସାମିଲ ଥିବା ଦୀପଗ୍ରେସ ଏକ୍କା, ନମିତା ଟପୋଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ୫୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ଏହାଛଡ଼ା ଖେଳାଳିମାନଙ୍କୁ କଠିନ ପରିଶ୍ରମ ଜାରି ରଖିବାକୁ ଏବଂ ଦେଶ ପାଇଁ ଅଧିକ ଗୌରବ ଆଣିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଅପରପକ୍ଷେ ଖେଳାଳିମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି। ଭାରତୀୟ ହକିକୁ ସମର୍ଥନ କରିଥିବାରୁ ସେମାନେ ଭଲ ଖେଳିବାରେ ସଫଳ ହୋଇଥିବା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପୁରୁଷ ଦଳର ଉପଅଧିନାୟକ ବୀରେନ୍ଦ୍ର ଲାକ୍ରା ଏବଂ ମହିଳାଦଳର ଉପଅଧିନାୟକ ଦୀପଗ୍ରେସ ଏକ୍କା ନିଜ ଦଳର ସମସ୍ତ ସଦସ୍ୟଙ୍କ ଦସ୍ତଖତ ଥିବା ଟିମ୍‌ ଜର୍ସିକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଡ଼ିଶା ହକି ପ୍ରୋତ୍ସାହନ ପରିଷଦ ଅଧ୍ୟକ୍ଷ ଦିଲୀପ ତିର୍କି, ୫ଟି ସଚିବ ଭି କେ ପାଣ୍ଡିଆନ୍‌, କ୍ରୀଡ଼ା ସଚିବ ଆର୍‌ ଭିନିଲ କ୍ରିଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri