ଅଲିମ୍ପିକ୍ସରେ ଚମକିଥିବା ଓଡ଼ିଶାର ହକି ଖେଳାଳିଙ୍କୁ ୨.୫ କୋଟି ପୁରସ୍କାର ସହ ଡିଏସ୍‌ପି ଚାକିରି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିଲା ଭାରତୀୟ ହକି ଦଳ। ଏଥିରେ ସାମିଲ ଥିବା ଓଡ଼ିଶାର ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୁରୁଷ ଦଳରେ ସାମିଲ ଥିବା ବୀରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହଦାସଙ୍କୁ ୨ କୋଟି ୫୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ଏଥିସହ ସେମାନଙ୍କୁ ରାଜ୍ୟ ପୋଲିସ ବିଭାଗରେ ଡିସିପି(ଡେପୁଟି ସୁପରିଟେଣ୍ଡେଣ୍ଟ ଅଫ୍‌ ପୋଲିସ୍‌) ଭାବରେ ନିଯୁକ୍ତି ଲାଗି ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସେହିଭଳି ଭାରତୀୟ ମହିଳା ହକି ଟିମ୍‌ରେ ସାମିଲ ଥିବା ଦୀପଗ୍ରେସ ଏକ୍କା, ନମିତା ଟପୋଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ୫୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ଏହାଛଡ଼ା ଖେଳାଳିମାନଙ୍କୁ କଠିନ ପରିଶ୍ରମ ଜାରି ରଖିବାକୁ ଏବଂ ଦେଶ ପାଇଁ ଅଧିକ ଗୌରବ ଆଣିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଅପରପକ୍ଷେ ଖେଳାଳିମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି। ଭାରତୀୟ ହକିକୁ ସମର୍ଥନ କରିଥିବାରୁ ସେମାନେ ଭଲ ଖେଳିବାରେ ସଫଳ ହୋଇଥିବା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପୁରୁଷ ଦଳର ଉପଅଧିନାୟକ ବୀରେନ୍ଦ୍ର ଲାକ୍ରା ଏବଂ ମହିଳାଦଳର ଉପଅଧିନାୟକ ଦୀପଗ୍ରେସ ଏକ୍କା ନିଜ ଦଳର ସମସ୍ତ ସଦସ୍ୟଙ୍କ ଦସ୍ତଖତ ଥିବା ଟିମ୍‌ ଜର୍ସିକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଡ଼ିଶା ହକି ପ୍ରୋତ୍ସାହନ ପରିଷଦ ଅଧ୍ୟକ୍ଷ ଦିଲୀପ ତିର୍କି, ୫ଟି ସଚିବ ଭି କେ ପାଣ୍ଡିଆନ୍‌, କ୍ରୀଡ଼ା ସଚିବ ଆର୍‌ ଭିନିଲ କ୍ରିଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri