ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଲକ୍ଷ ଟଙ୍କା ଲେଖାଏର ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ଅର୍ଥାତ୍ ପ୍ରତି ଆଥ୍ଲେଟ ୧୦ ଲକ୍ଷ ଟଙ୍କା ଲେଖାଏ ପାଇବେ। ଏସିଆନ ଗେମ୍ସ ଏସିଆ ମହାଦେଶର ସବୁଠାରୁ ବଡ଼ ପ୍ରତିଯୋଗିତା। ଏଥିପାଇଁ ଯୋଗ୍ୟତା ଅର୍ଜନ କରିଥିବା ଏଲିଟ ଆଥ୍ଲେଟମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶନର ଉପଯୁକ୍ତ ପ୍ଲାଟଫର୍ମ ପାଇଥାନ୍ତି। ଆସନ୍ତା ଏସିଆନ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶା ଆଥ୍ଲେଟମାନେ ହେଲେ କିଶୋର କୁମାର ଜେନା (ଆଥ୍ଲେଟିକ୍ସ), ଆଂଶିକା ଭାରତୀ, ରିତୁ କୌଡ଼ି ଓ ସୋନାଲି ସ୍ବାଇଁ (ରୋଇଂ), ଅନୁପମା ସ୍ବାଇଁ (ଜୁ-ଜିଟ୍ସୁ), ନେହା ଦେବୀ ଲେଇଚୋନଡାମ (କାୟାକିଂ ଆଣ୍ଡ କାନୋଇଂ), ପ୍ୟାରୀ ଖାଖା (ଫୁଟବଲ), ଦୀପ୍ ଗ୍ରେସ୍ ଏକ୍କା ଓ ଅମିତ ରୋହିଦାସ (ହକି) ଏବଂ ଡୁମୁନି ମାର୍ଣ୍ଡି, ତରୁଲତା ନାଏକ, ମାମା ନାଏକ ଓ ହୁପି ମାଝି (ରଗ୍ବୀ)। ଆର୍ଥିକ ପ୍ରୋତ୍ସାହନ ଓଡ଼ିଶା ପ୍ରତିଯୋଗୀଙ୍କ ଟ୍ରେନିଂ ପାଇଁ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏଥିସହ ପ୍ରତିଯୋଗୀମାନେ ଆଗାମୀ ମେଗା ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ କରିବାନେଇ ସେ ଶୁଭକାମନା ଜଣାଇଛନ୍ତି।
ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…
ଶାହି ମସ୍ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ
ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

