ପ୍ରବାସୀ ଭାରତୀୟ ସମ୍ମିଳନୀ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ

ଭୁବନେଶ୍ବର,୮।୧: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ଅଛନ୍ତି। ଯୁବ ସମାବେଶରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।
ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ଯୋଗଦାନ’। ଏଥିରେ ଯୋଗଦେବାକୁ ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରାୟ ୫୦ଟି ଦେଶରୁ ପ୍ରବାସୀ ଭାରତୀୟ ବଂଶୋଦ୍ଭବ ଭୁବନେଶ୍ୱରରେ ପଦାର୍ପଣ କରିଛନ୍ତି। ଏଥିପାଇଁ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି ହୋଇଛି।
ଆଗନ୍ତୁକମାନଙ୍କୁ ସର୍ବୋଚ୍ଚ ଆତିଥ୍ୟ ପ୍ରଦାନ କରିବାକୁ ରାଜ୍ୟ ସରକାର ସମସ୍ତ ଉଦ୍ୟମ ଜାରି ରଖିଛନ୍ତି। ଓଡ଼ିଶାବାସୀଙ୍କୁ ଏଭଳି ଭବ୍ୟ ସମାରୋହ ଆୟୋଜନ କରିବାର ସୁଯୋଗ ମିଳିଥିବାରୁ ଏହାକୁ ଏକ ସୁଯୋଗ ମନେକରି ବିକଶିତ ଓଡ଼ିଶା ଗଠନ ପାଇଁ ରାଜ୍ୟ ସରକାର ଭିତ୍ତି ପକାଇବାକୁ ପ୍ରସ୍ତତ ହେଉଛନ୍ତି। ‘ଅତିଥି ଦେବୋ ଭବୋ’ ସଂସ୍କୃତି ଆଧାରରେ ସମସ୍ତ ବିଦେଶାଗତ ଅତିଥିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ରାଜଧାନୀ ପ୍ରସ୍ତୁତ ହୋଇିଛି। ସମଗ୍ର ସହର ଆଲୋକମାଳାରେ ଝଲସୁଥିବା ବେଳେ କାନ୍ଥବାଡରେ ଓଡିଆ ଅସ୍ମିତାର ବାର୍ତ୍ତା, ମନୋରମ ପର୍ଯ୍ୟଟନର କଳା ସଙ୍କେତ ବହନ କରୁଛି।
କେବଳ ସେତିକି ନୁହେଁ ଏହି ସମାରୋହରେ ‘ପୂର୍ବୋଦୟ ମିଶନ’ରେ ଓଡିଶାର ବିକାଶକୁ ଅଗ୍ରାଧିକାର ମିଳିବ। ପ୍ରଧାନମନ୍ତ୍ରୀ ପୂର୍ବୋଦୟ ବିକାଶ ଉପରେ ଜୋର ଦେଉଛନ୍ତି ଯେଉଁଥିରେ ଓଡ଼ିଶା ଆଗରେ ରହିଛି। ଏହି ପରିକଳ୍ପିତ ‘ପୂର୍ବୋଦୟ’ରେ ଓଡ଼ିଶାର ବିକାଶ ବିନା ଭାରତ ବିକଶିତ ହେବା ଅସମ୍ଭବ। ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବିଭିନ୍ନ ଭିତ୍ତିଭୂମି ବିକାଶ କରାଯିବା ସହିତ କିପରି କୁଶଳୀ ମାନବ ସମ୍ବଳ ତିଆରି ହୋଇପାରିବେ ତା’ ଉପରେ ବିଶେଷ ଧ୍ୟାନ ଦିଆଯାଉଛି।
ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା, ପୁଷ୍ପ ପ୍ରଦର୍ଶନୀ ଆୟୋଜନ କରାଯାଇ ରାଜଧାନୀକୁ ଉତ୍ସବ ମୁଖର କରାଯାଇଛି। ଓଡ଼ିଶାର ସମୃଦ୍ଧ କଳା ଓ ଐତିହ୍ୟ ପ୍ରଦର୍ଶନ କରାଯିବାକୁ ପ୍ରଯତ୍ନ କରାଯାଇଛି। ରାଜାରାଣୀ ସଙ୍ଗୀତ ଉତ୍ସବ, ମୁକ୍ତେଶ୍ୱର ନୃତ୍ୟ ଉତ୍ସବ, ଓଡ଼ିଶୀ ନୃତ୍ୟ ଏବଂ ପାରମ୍ପରିକ ଲୋକ ନୃତ୍ୟ ଇତ୍ୟାଦି ପ୍ରଦର୍ଶନ କରାଯିବ। ପୁରୀରେ ବିଚ୍‌ ଫେଷ୍ଟିଭାଲ୍‌, ବାଲୁକା କଳା ପ୍ରଦର୍ଶନୀ ମଧ୍ୟ ଅନୁଷ୍ଠିତ ହେବ। ଏହି ସମୟରେ ସମଗ୍ର ଭାରତର ଦୃଷ୍ଟି ଓଡ଼ିଶା ଉପରେ ରହିବ। ଯାହାର ଭରପୂର ସୁଯୋଗ ନେବାକୁ ଓଡ଼ିଶା ସରକାର ପ୍ରସ୍ତୁତ ହୋଇ ରହିଛନ୍ତି।
ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ସୁନ୍ଦର ଆଲୋକ ସାଜସଜ୍ଜା କରାଯାଇ ରାଜଧାନୀ ସହରକୁ ନବବଧୂ ପରି ସଜେଇ ଦିଆଯାଇଛି। ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥିମାନଙ୍କୁ ନେବା ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। ଓଡ଼ିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜି ପ୍ରଦର୍ଶନ କରାଯିବ। ଏଥିସହ ଏକ ଡିଜିଟାଲ୍‌ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯାଇଛି। ଅତିଥିମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍‌ ଡେକର ବସ ଚାଲିବାର ବ୍ୟବସ୍ଥା କରାଯାଇଛି। ୨୦୦ରୁ ଅଧିକ ପ୍ରବାସୀ ଖବରଦାତା , ୭ଟି ଦେଶରୁ ୟୁଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରିବେ। ଏଥିସହିତ ଭୁବନେଶ୍ୱର ସହରର ସ୍ବଚ୍ଛତା, ଶୃଙ୍ଖଳା ଓ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।
ବିଦେଶୀ ଭାରତୀୟମାନଙ୍କ ବହୁମୁଖୀ ଯୋଗଦାନ ବିକଶିତ ରାଜ୍ୟ ଗଠନ ଦିଗରେ ସହାୟକ ହେବ। ସେମାନେ ନିଜର ପୁଞ୍ଜିନିବେଶ କରିବାକୁ ଆଗ୍ରହ ଦେଖାଇବା ସହ ଭାରତ ବିକାଶ ଯାତ୍ରାରେ ସାମିଲ୍‌ ହେବେ। ବିଦେଶରେ ନିଜକୁ ଭାରତର ରାଷ୍ଟ୍ରଦୂତ ମନେକରି ସହଯୋଗର ହାତ ବଢାଇବେ। ବିଦେଶରେ ବାସ କରୁଥିବା ପ୍ରାୟ ୩୫ ନିୟୁତରୁ ଉର୍ଦ୍ଧ୍ୱ ଭାରତୀୟ ନିଜର ଗାରିମାମୟ ସଂସ୍କୃତିକୁ ନିଜର ଆଚରଣ ଓ ଉଚ୍ଚାରଣରେ ପରିବ୍ୟାପ୍ତ କରିବେ। ଭାରତକୁ ବିଶ୍ୱଗୁରୁ ଭାବେ ଉପସ୍ଥାପିତ କରିବେ। ବଦଳରେ ସମୃଦ୍ଧ ଓ ବିକଶିତ ଭାରତ ସେମାନଙ୍କୁ ନିରାପତ୍ତା ପ୍ରଦାନ କରିବ। ବିଦେଶମାଟିରେ ସମ୍ମାନର ସହିତ ବଞ୍ଚିବା ସୁଯୋଗ ପ୍ରଦାନ କରିବ। ଏହି ଲକ୍ଷ ନେଇ ପ୍ରବାସୀ ଭାରତୀୟ ଦିବସ ଉତ୍ସବ ପାଳନ ହେବାକୁ ଯାଉଛି।
କାର୍ଯ୍ୟକ୍ରମରେ ୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅତିଥିଙ୍କ ରହଣି ସ୍ଥାନ, କାର୍ଯ୍ୟକ୍ରମ ସ୍ଥଳ ଜନତା ମଇଦାନ ସହ ଭୁବନେଶ୍ୱର, କଟକ ଓ ପୁରୀର ପର୍ଯ୍ୟଟନ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।
ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ମହାସମାବେଶ ଚାଲିବ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର, ଅର୍ଥ ମନ୍ତ୍ରୀ ର୍ନିମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରମୁଖ ଏହି ପ୍ରବାସୀ ଭାରତୀୟ ଦିବସ ଉତ୍ସବରେ ଯୋଗଦେବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୯ରେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିବେ। ରାଷ୍ଟ୍ରପତ ଦୌପଦୀମୁର୍ମୁ ଜାନୁଆରୀ ୧୦ ତାରିଖରେ ଏହାର ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ। ପ୍ରବାସୀ ଭାରତୀୟ ଦିବସରେ ଅନ୍ୟ ଦେଶରୁ ଆସୁଥିବା ପ୍ରବାସୀ ଭାରତୀୟମାନେ ଯେପରି ଓଡ଼ିଶାର ସୁଖଦ ଅନୁଭୂତି ନେଇ ଯିବେ ସେଥିପାଇଁ ସମସ୍ତ ପଦକ୍ଷେପ ନେବାକୁ ସମ୍ପୃକ୍ତ ସମସ୍ତ ବିଭାଗୀୟ ସଚିବ ଓ ପଦାଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପରାମର୍ଶ ଦେଇଛନ୍ତି। ଏଥିସହିତ ଏଚଏମପିଭି ଭାଇରସ ବ୍ୟାପୁଥିବାରୁ କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ଅନୁପାଳନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri