Posted inଜାତୀୟ

ମୁଖ୍ୟମନ୍ତ୍ରୀ-ପୂର୍ବତନ ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ: ଟୁଇଟ କରି ଦେଲେ ସୂଚନା…

ରାଜସ୍ଥାନ,୪।୪ : ରାଜସ୍ଥାନର ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉଭୟ କରୋନାରେ ସଂକ୍ରମିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଟୁଇଟ କରି ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟ କୋଭିଡ ପଜିଟିଭ ଆସିଥିବା ବିଷୟରେ ସୂଚନା ଦେଇଛନ୍ତି।

ମଙ୍ଗଳବାର ଗେହଲୋଟ ଟୁଇଟ କରି ଲେଖିଛନ୍ତି ଗତ କିଛି ଦିନ ହେବ ସାରା ଦେଶରେ କରୋନା ମାମଲା ବୃଦ୍ଧି ପାଇଛି। ମୁଁ ନିଜେ ସାମାନ୍ୟ ଲକ୍ଷଣ ସହିତ କୋଭିଡରେ ସଂକ୍ରମିତ ହୋଇଛି। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ମୁଁ ଆଗାମୀ କିଛି ଦିନ ପାଇଁ ମୋ ବାସଭବନରୁ କାର୍ଯ୍ୟ ଜାରି ରଖିବି। ଆପଣ ସମସ୍ତେ ନିଜ ନିଜର ଯତ୍ନ ନିଅନ୍ତୁ ଏବଂ କୋଭିଡ ପ୍ରୋଟୋକଲ ଅନୁସରଣ କରନ୍ତୁ ।

ଏଥି ସହିତ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଟୁଇଟ କରି ଲେଖିଛନ୍ତି , ମୋ ନମୁନା ରିପୋର୍ଟ କରୋନା ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶରେ ମୁଁ ସମ୍ପୂର୍ଣ୍ଣ ଆଇସୋଲେଶନରେ ରହିଛି। ଯେଉଁମାନେ ମୋ ସହିତ ଯୋଗାଯୋଗ କରିଥିଲେ,ସେମାନେ ନିଜକୁ ପରୀକ୍ଷା କରାନ୍ତୁ ଏବଂ ସତର୍କତା ଅବଲମ୍ବନ କରନ୍ତୁ।

ରବିବାର ଭାଜପା ମୁଖ୍ୟାଳୟରେ ବିଧାନସଭା ପାର୍ଟି ଏବଂ କୋର କମିଟିର ବୈଠକରେ ବସୁନ୍ଧରା ରାଜେ ଯୋଗ ଦେଇଥିଲେ। ଏହି ବୈଠକରେ ରାଜ୍ୟ ଭାଜପାର ବଡ ନେତାମାନେ ଉପସ୍ଥିତ ଥିଲେ ଏବଂ ପାର୍ଟି ଅଫିସରେ ମଧ୍ୟ ଭିଡ଼ ଜମିଥିଲା। ଏଭଳି ପରିସ୍ଥିତିରେ ଅନ୍ୟ ଭାଜପା ନେତାଙ୍କ ରିପୋର୍ଟ ମଧ୍ୟ କରୋନା ପଜିଟିଭ୍‌ ହୋଇପାରେ ବୋଲି ଆଶଙ୍କା କରାଯାଉଛି।

ଅପରପକ୍ଷରେ ଅଶୋକ ଗେହଲୋଟଙ୍କ ସ୍ବାସ୍ଥ୍ୟ ସକାଳୁ ଖରାପ ଥିଲା। ତେଣୁ ତାଙ୍କର ଅମୃତସରକୁ ଯିବା କାର୍ଯ୍ୟକ୍ରମ ବାତିଲ କରାଯାଇଥିଲା। ଆସନ୍ତା କିଛି ଦିନ ପାଇଁ, ସେ ତାଙ୍କ ବାସଭବନରୁ ସରକାରୀ କାର୍ଯ୍ୟ କରିବେ ଏବଂ ଭିଡିଓ କନଫରେନ୍ସ ମାଧ୍ୟମରେ ବିଭାଗୀୟ ବୈଠକରେ ଯୋଗଦେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri