Posted inଜାତୀୟ

ଏବିଭିପି ନେତାରୁ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩।୭: ଭାଜପା ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଧାମି ଉଧାମସିଂନଗର ଜିଲାର ଖାତିମା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ଦୁଇଥର ନିର୍ବାଚିତ ହୋଇଛନ୍ତି। ଏଥିସହିତ ସେ ଭାଜପା ରାଜ୍ୟ ଉପାଧ୍ୟକ୍ଷ ଅଛନ୍ତି। ୪୫ ବର୍ଷୀୟ ଏହି ନେତା ପୂର୍ବରୁ କେବେ ମନ୍ତ୍ରୀ ହୋଇ ନ ଥିବାବେଳେ ଏକାଥରେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।

୧୯୭୫ରେ ପିଥାରାଗଡ଼ ଜିଲାରେ ଜନ୍ମଗ୍ରହଣ କରିଥିବା ଧାମି ଜଣେ ଆଇନ ସ୍ନାତକ। ଦୀର୍ଘ ୩୩ ବର୍ଷ ଧରି ଆର୍‌ଏସ୍‌ଏସ୍‌ ଏବଂ ଏହାର ସ୍ବୀକୃତିପ୍ରାପ୍ତ ସଂଗଠନଗୁଡ଼ିକରେ କାର୍ଯ୍ୟ କରିଛନ୍ତି। ସେ ୧୦ ବର୍ଷ ଏବିଭିପି ସଦସ୍ୟ ରହିଥିଲା ବେଳେ ଉତ୍ତରପ୍ରଦେଶର ଅଓ୍ବଧ ପ୍ରାନ୍ତ ପାଇଁ କାର୍ଯ୍ୟ କରିଥିଲେ। ୨୦୦୨ରୁ ୨୦୦୮ ସେ ଉତ୍ତରାଖଣ୍ଡ ଭାଜପା ଯୁବମୋର୍ଚ୍ଚା ସଭାପତି ଥିଲେ। ୨୦୦୧ରୁ ୨୦୦୨ ସେ ତତ୍କାଳୀନ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭଗତ ସିଂ କୋଶିୟାରୀଙ୍କ ଓଏସ୍‌ଡି ନିଯୁକ୍ତ ହୋଇଥିଲେ। ଏଥିସହିତ ସେ ରାଜ୍ୟର ଅର୍ବାନ ମନିଟରିଂ କମିଟି ଉପାଧ୍ୟକ୍ଷ ରହିଥିଲେ।

ଧାମି ଠାକୁର ସମ୍ପ୍ରଦାୟର ହୋଇଥିବାରୁ ଭାଜପା ତାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରି ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଜାତି ଓ ଆଞ୍ଚଳିକ ସମୀକରଣରେ ସନ୍ତୁଳନ ଆଣିବାକୁ ଉଦ୍ୟମ କରିଥିବା କୁହାଯାଉଛି। ଉତ୍ତରାଖଣ୍ଡ ଭୋଟ ୩ଟି ଫ୍ୟାକ୍ଟରକୁ ନେଇ ବିଭାଜିତ ହୋଇଥାଏ। ତାହା ହେଲା କୁମାଓନ୍‌ ବନାମ ଗଡ଼ଓ୍ବାଲ ଅଞ୍ଚଳ, ଠାକୁର ବନାମ ବ୍ରାହ୍ମଣ ଏବଂ ପାର୍ବତ୍ୟାଞ୍ଚଳ ଓ ସମତଳ। ଭାଜପା ରାଜ୍ୟ ସଭାପତି ମଦନ କୌଶିକ ହରିଦ୍ୱାରର ବ୍ରାହ୍ମଣ ହୋଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଠାକୁର ସମ୍ପ୍ରଦାୟର ଏବଂ ଗଡ଼ଓ୍ବାଲ ଅଞ୍ଚଳର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?