ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌ ପଟୁଆର)ରେ ଥିବା ଗାଡ଼ି ସଂଖ୍ୟାକୁ ସେ ଆହୁରି କମାଇ ଦେଇଛନ୍ତି। ଏଣିକି ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ରେ ୭ଟି ବଦଳରେ ମାତ୍ର ୪ଟି ଗାଡ଼ି ସୀମିତ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପିଲ୍‌ ପରେ ମୁଖ୍ୟମନ୍ତ୍ରୀ ଏଭଳି  ପଦକ୍ଷେପ ଗ୍ରହଣ କରିଛନ୍ତି।

ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଓ ଯାତାୟାତ ପାଇଁ ତାଙ୍କ କାର୍‌କେଡ୍‌ରେ ୭ଟି ଗାଡ଼ି ସାମିଲ ରହୁଥିଲା। କିନ୍ତୁ ଏବେ ଏହି ସଂଖ୍ୟାକୁ ପ୍ରାୟ ଅଧା କରି ଦିଆଯାଇଛି। ନୂତନ ନିଷ୍ପତ୍ତି ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ଏବେ କେବଳ ୪ଟି ଗାଡ଼ିକୁ ନେଇ ଚାଲିବ। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ଯାତାୟାତ କରିବା ସମୟରେ ରାସ୍ତାରେ ଟ୍ରାଫିକ ସମସ୍ୟା କମ୍‌ ହେବ ଏବଂ ସାଧାରଣ ଜନତାଙ୍କୁ ଅଯଥା ହଇରାଣ ହେବାକୁ ପଡ଼ିବ ନାହିଁ।

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଆଇପି ସଂସ୍କୃତିକୁ କମ୍‌ କରିବା ଏବଂ ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେବା ପାଇଁ ସମସ୍ତଙ୍କୁ ଅପିଲ୍ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ରକ୍ଷା କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଗାଡ଼ି ସଂଖ୍ୟା ହ୍ରାସ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ତାଙ୍କର ସରଳ ଜୀବନଶୈଳୀ ଓ ‘ଲୋକଙ୍କ ସରକାର’ର ଆଭିମୁଖ୍ୟକୁ ସ୍ପଷ୍ଟ କରୁଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?