ବର୍ଷେ ଉପଲବ୍ଧିର ଗୋଟି ଗୋଟି ହିସାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ଏବଂ ରାଜ୍ୟ ଭାଜପା ସରକାରଙ୍କ ପ୍ରଥମ ବର୍ଷର ଉପଲବ୍ଧି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷକର ସଫଳ ଯାତ୍ରାରେ ଲୋକଙ୍କ ଆଶା ପୂରଣ କରିଛୁ ବୋଲି ମଙ୍ଗଳବାର ଖବରଦାଦା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ୧ ବର୍ଷ ଭିତରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଗୋଟି ଗୋଟି କରି ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସଂକଳ୍ପ ପତ୍ରରେ ଯାହା ସ୍ଥାନ ପାଇଥିଲା, ତାହା ପୂରଣ କରିଛୁ। ପ୍ରଧାନମନ୍ତ୍ରୀ ମୋଦିଙ୍କ ମାର୍ଗ ଦର୍ଶନରେ ସବୁ କାର୍ଯ୍ୟ କରି ଚାଲିଛୁ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ଭଲ ପାଇବା ଆମକୁ ଚଳଚଞ୍ଚଳ କରିଛି। ଆସନ୍ତା ୨୦ ତାରିଖରେ ପୁଣି ଥରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏପରିକି ଗତ ବର୍ଷ ଜୁନ ୧୨ ତାରିଖରେ ସରକାଙ୍କୁ ୪ଟି ପ୍ରମୁଖ ନିଷ୍ପତ୍ତି ନିଆଯାଇଥିଲା। ଶ୍ରୀମନ୍ଦିର ୪ ଦ୍ବାର ଖୋଲିବା ସହ ସୁଭଦ୍ରା ଯୋଜନା ଲାଗୁ କରାଯାଇଥିଲା। ଶ୍ରୀମନ୍ଦିର ପାଇଁ ୫ ଶହ କୋଟିର କର୍ପସ ଫଣ୍ଡ ଗଠନ। ଧାନ କ୍ବିଣ୍ଟାଲ ପିଛା ୮ ଶହ ଟଙ୍କା ବୋନସ ପ୍ରତିଶ୍ରୁତି ପୂରଣ କରାଯାଇଥିବା ମୁଖମନ୍ତ୍ରୀ କହିଛନ୍ତି।

ସରକାରଙ୍କ ଏକ ବର୍ଷ ମଧ୍ୟରେ ପାଖାପାଖି ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିଛୁ। ସମୃଦ୍ଧ କୃଷି ଯୋଜନାରେ ୩୭,୮୦୦ କୋଟିର ବଜେଟ କରାଯାଇଛି। ଏହା ଦ୍ୱାରା ରାଜ୍ୟର ଚାଷୀ ଅନେକ ମାତ୍ରାରେ ଉପକୃତ ହୋଇଛନ୍ତି ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୁନ ୯ ତାରିଖ ୨୦୨୪ ହେଉଛି ସ୍ବାଧୀନ ଭାରତର ରାଜନୈତିକ ଇତିହାସରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ । ଏହିଦିନ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ଭାବେ ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ମୋଦିଙ୍କ ନେତୃତ୍ୱାଧୀନ ସରକାର ସଫଳତାର ସହ ୧୧ ବର୍ଷ ପୂରା କରିଛି । ଆଉ ତା ସହିତ ୩ୟ ପାଳିର ପ୍ରଥମ ବର୍ଷ ମଧ୍ୟ ପୂରଣ ହୋଇଛି । ମେ ୨୬ ତାରିଖ ୨୦୧୪ରେ ପ୍ରଥମ ଥର ପାଇଁ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ । ଆଉ ଏବେ ଏହାକୁ ୧୧ ବର୍ଷ ପୂରଣ ହୋଇଛି। ମୋଦି ସରକାର ଲୋକଙ୍କ ଆଶା ଭରସାକୁ ଅତୁଟ ରଖିବାରେ ସଫଳ ହୋଇଛନ୍ତି। ଏହି ୧୧ ବର୍ଷର ସଫଳତାର ତାଲିକା ବହୁତ ଲମ୍ବା ଏବଂ ଯୁଗାନ୍ତକାରୀ। ମୋଦି ସରକାର ଧାରା ୩୭୦ର ଉଚ୍ଛେଦ କରିଥିବା ବେଳେ ନାରୀଶକ୍ତି ବନ୍ଦନ ଅଧିନିୟମ, ତିନି ତଲାକର ଉଚ୍ଛେଦ, ଏକକ ଜିଏସ୍‌ଟି ପ୍ରଚଳନ କରିଥିଲେ । ଏହାସହିତ ମୋଦି ସରକାର କୋଭିଡ୍‌ କବଳରୁ ମଧ୍ୟ ଲୋକଙ୍କୁ ଉଚିତ ସୁରକ୍ଷା ଦେବାରେ ସଫଳ ହେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri