ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମ୍ମାନୀୟ ଅତିଥି କେନ୍ଦୁଝର ଏମ୍‌ପି ଅନନ୍ତ ନାଏକ, ପାଟଣା ବିଧାୟକ ଅଖିଳ ନାଏକ, ତେଲକୋଇ ବିଧାୟକ ଫକୀର ମହନ ନାଏକ, ଜିଲାପାଳ ବିଶାଳ ସିଂହ, କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ, ଭାଜପା ଜିଲା ସଭାପତି ସବୁଜ ମହାନ୍ତ ବର୍ମା, ଜିଲା ଭାଜପା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାର, ଅନୁବ୍ରତ ବେହେରା, ସୁକଦେବ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ପ୍ରଗତିର ନୂତନ ସୂର୍ଯ୍ୟୋଦୟ ତଥା ଓଡ଼ିଶା ସରକାରଙ୍କ ୧୦୦ ଦିନର ପୂର୍ତ୍ତୀ ଉପଲକ୍ଷେ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଜନସାଧାରଣଙ୍କ ସମର୍ଥନରେ ଭାଜପା ରାଜ୍ୟରେ ସେବା କରିବାର ସୁଯୋଗ ପାଇଛି। ଭାଜପା ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଦଳର ସଂକଳ୍ପ ପତ୍ର ସରକାରଙ୍କ ଧର୍ମ ଗ୍ରନ୍ଥ, ସରକାର ସଂକଳ୍ପ ପୂରଣକୁ ପ୍ରାଥମିକତା ଦେବା ସହ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଏବଂ ମହିଳା ସଶକ୍ତୀକରଣକୁ ବ୍ୟାପକ କରିବା ନିମନ୍ତେ ପ୍ରୟାସ ଜାରି ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ସରକାର ଗଠନ ହେବାର ପ୍ରଥମ ଦିନରେ ହିଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲା ଯାଇଥିଲା। ଏହା ଜନସାଧାରଣ ଦେଖିଛନ୍ତି। ଏଥିସହ ରତ୍ନଭଣ୍ଡାର ଖୋଲିବା, ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ପାଣ୍ଠିର ବ୍ୟବସ୍ଥା କରାଯାଇଛି। ମାତୃଶକ୍ତିଙ୍କୁ ସମ୍ମାନ ଜଣାଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯାଇଛି। ଏହାଦ୍ୱାରା ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ମା’ମାନେ ଉପକୃତ ହୋଇଛନ୍ତି। ଆଗାମୀ ଦିନରେ ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ଏଥିରେ ସାମିଲ କରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏପରିକି କୃଷକମାନଙ୍କ ଆର୍ଥିକ ସ୍ଥିତିକୁ ସଶକ୍ତ କରିବା ନିମନ୍ତେ କୃଷି ଏବଂ ଆନୁସଙ୍ଗିକ କ୍ଷେତ୍ରର ବ୍ୟୟବରାଦ ୩୬%କୁ ବୃଦ୍ଧି କରାଯାଇଛି। କୃଷକଙ୍କ ହିତ ପାଇଁ ଧାନର ଏମ୍‌ଏସ୍‌ପିକୁ ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଛି, ଯାହାକୁ ରାଜ୍ୟର ଅଗଣିତ ଚାଷୀ ଭାଇ ସ୍ବାଗତ କରିଛନ୍ତି।

ସେହିପରି ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ସୁଦୃଢ କରିବା ନିମନ୍ତେ ବଜେଟରେ ୩୨% ବୃଦ୍ଧି କରି ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟ ସେବା ଯୋଗାଇଦେବା, ଭିତ୍ତିଭୂମିର ବିକାଶ, ଅତ୍ୟାଧୁନିକ ସ୍ବାସ୍ଥ୍ୟ ସୁବିଧା, ଡାକ୍ତର ଏବଂ ପାରାମେଡିକାଲ ପଦବୀ ପୂରଣ, ଆୟୁଷ୍ମାନ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶିକ୍ଷା କ୍ଷେତ୍ରରେପିଏମ୍‌ ଶ୍ରୀ ଯୋଜନାରେ ରାଜ୍ୟର ୮୦୦ ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ର ସହ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ପାଇଁ ନିଷ୍ପତ୍ତି ନିଆଯାଇଛି। ଗୁଣାତ୍ମକ ଶିକ୍ଷା ଏବଂ ଶିକ୍ଷା ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନରେ କହିଛନ୍ତି।

୨୦୩୬ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଓ ସପ୍ନ ସାକାର କରିବା ପାଇଁ ଯେଉଁ ସକଳ୍ପ ନିଆଯାଇଛି ତାହା ଖୁବ ଶୀଘ୍ର ବାସ୍ତବ ରୂପ ନେବାକୁ ଯାଉଛି। ରାଜ୍ୟବାସୀଙ୍କ ଆସ୍ଥା, ବିଶ୍ବାସକୁ ଅତୁଟ ରଖି ଲୋକଙ୍କ ସରକାର ଜନସାଧାରଣଙ୍କ ହିତ ପାଇଁ କାର୍ଯ୍ୟ କରୁଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri