ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମ୍ମାନୀୟ ଅତିଥି କେନ୍ଦୁଝର ଏମ୍‌ପି ଅନନ୍ତ ନାଏକ, ପାଟଣା ବିଧାୟକ ଅଖିଳ ନାଏକ, ତେଲକୋଇ ବିଧାୟକ ଫକୀର ମହନ ନାଏକ, ଜିଲାପାଳ ବିଶାଳ ସିଂହ, କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ, ଭାଜପା ଜିଲା ସଭାପତି ସବୁଜ ମହାନ୍ତ ବର୍ମା, ଜିଲା ଭାଜପା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାର, ଅନୁବ୍ରତ ବେହେରା, ସୁକଦେବ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ପ୍ରଗତିର ନୂତନ ସୂର୍ଯ୍ୟୋଦୟ ତଥା ଓଡ଼ିଶା ସରକାରଙ୍କ ୧୦୦ ଦିନର ପୂର୍ତ୍ତୀ ଉପଲକ୍ଷେ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଜନସାଧାରଣଙ୍କ ସମର୍ଥନରେ ଭାଜପା ରାଜ୍ୟରେ ସେବା କରିବାର ସୁଯୋଗ ପାଇଛି। ଭାଜପା ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଦଳର ସଂକଳ୍ପ ପତ୍ର ସରକାରଙ୍କ ଧର୍ମ ଗ୍ରନ୍ଥ, ସରକାର ସଂକଳ୍ପ ପୂରଣକୁ ପ୍ରାଥମିକତା ଦେବା ସହ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଏବଂ ମହିଳା ସଶକ୍ତୀକରଣକୁ ବ୍ୟାପକ କରିବା ନିମନ୍ତେ ପ୍ରୟାସ ଜାରି ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ସରକାର ଗଠନ ହେବାର ପ୍ରଥମ ଦିନରେ ହିଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲା ଯାଇଥିଲା। ଏହା ଜନସାଧାରଣ ଦେଖିଛନ୍ତି। ଏଥିସହ ରତ୍ନଭଣ୍ଡାର ଖୋଲିବା, ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ପାଣ୍ଠିର ବ୍ୟବସ୍ଥା କରାଯାଇଛି। ମାତୃଶକ୍ତିଙ୍କୁ ସମ୍ମାନ ଜଣାଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯାଇଛି। ଏହାଦ୍ୱାରା ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ମା’ମାନେ ଉପକୃତ ହୋଇଛନ୍ତି। ଆଗାମୀ ଦିନରେ ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ଏଥିରେ ସାମିଲ କରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏପରିକି କୃଷକମାନଙ୍କ ଆର୍ଥିକ ସ୍ଥିତିକୁ ସଶକ୍ତ କରିବା ନିମନ୍ତେ କୃଷି ଏବଂ ଆନୁସଙ୍ଗିକ କ୍ଷେତ୍ରର ବ୍ୟୟବରାଦ ୩୬%କୁ ବୃଦ୍ଧି କରାଯାଇଛି। କୃଷକଙ୍କ ହିତ ପାଇଁ ଧାନର ଏମ୍‌ଏସ୍‌ପିକୁ ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଛି, ଯାହାକୁ ରାଜ୍ୟର ଅଗଣିତ ଚାଷୀ ଭାଇ ସ୍ବାଗତ କରିଛନ୍ତି।

ସେହିପରି ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ସୁଦୃଢ କରିବା ନିମନ୍ତେ ବଜେଟରେ ୩୨% ବୃଦ୍ଧି କରି ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟ ସେବା ଯୋଗାଇଦେବା, ଭିତ୍ତିଭୂମିର ବିକାଶ, ଅତ୍ୟାଧୁନିକ ସ୍ବାସ୍ଥ୍ୟ ସୁବିଧା, ଡାକ୍ତର ଏବଂ ପାରାମେଡିକାଲ ପଦବୀ ପୂରଣ, ଆୟୁଷ୍ମାନ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶିକ୍ଷା କ୍ଷେତ୍ରରେପିଏମ୍‌ ଶ୍ରୀ ଯୋଜନାରେ ରାଜ୍ୟର ୮୦୦ ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ର ସହ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ପାଇଁ ନିଷ୍ପତ୍ତି ନିଆଯାଇଛି। ଗୁଣାତ୍ମକ ଶିକ୍ଷା ଏବଂ ଶିକ୍ଷା ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନରେ କହିଛନ୍ତି।

୨୦୩୬ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଓ ସପ୍ନ ସାକାର କରିବା ପାଇଁ ଯେଉଁ ସକଳ୍ପ ନିଆଯାଇଛି ତାହା ଖୁବ ଶୀଘ୍ର ବାସ୍ତବ ରୂପ ନେବାକୁ ଯାଉଛି। ରାଜ୍ୟବାସୀଙ୍କ ଆସ୍ଥା, ବିଶ୍ବାସକୁ ଅତୁଟ ରଖି ଲୋକଙ୍କ ସରକାର ଜନସାଧାରଣଙ୍କ ହିତ ପାଇଁ କାର୍ଯ୍ୟ କରୁଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?