Posted inଖେଳ

ପ୍ରଣତିଙ୍କୁ ୨୩ ଲକ୍ଷ ଟଙ୍କା ଦେଇ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୦(ତପନ ସ୍ବାଇଁ): ଗୋଆରେ ଚାଲିଥିବା ଜାତୀୟ କ୍ରୀଡ଼ାରେ ୪ ସ୍ବର୍ଣ୍ଣ ସହ ମୋଟ ୫ ପଦକ ଜିତିଥିବା ଓଡ଼ିଶାର ପ୍ରତିଭାସମ୍ପନ୍ନ ଜିମ୍ନାଷ୍ଟ ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ସେ ପ୍ରଣତିଙ୍କୁ ୨୩ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି। ମୁଖ୍ୟ କୋଚ୍‌ ଅଶୋକ ମିଶ୍ରଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ଉଦୀୟମାନ ଜିମ୍ନାଷ୍ଟ ପ୍ରଣତି ଜାତୀୟ କ୍ରୀଡ଼ାରେ ୪ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ଜିତିଥିଲେ। ଜାତୀୟ ସ୍ତରରେ ମହିଳା ଜିମ୍ନାଷ୍ଟିକ୍ସରେ ଚମକ ସୃଷ୍ଟି କରିଥିବା ପ୍ରଣତି ଅଲ୍‌ ରାଉଣ୍ଡ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଅଭିଯାନ ଆରମ୍ଭ କରିଥିଲେ। ଏହାପରେ ଭଲ୍ଟ, ବିମ୍ସ ଓ ଅନ୍‌ଇଭେନ୍‌ ବାର୍‌ରେ ମଧ୍ୟ ସ୍ବର୍ଣ୍ଣିମ ସଫଳତା ପାଇଥିଲେ।

ଫ୍ଲୋର ଏକ୍ସରସାଇଜ୍‌ରେ ସେ ଅଳ୍ପକେ ସ୍ବର୍ଣ୍ଣ ପଦକରୁ ବଞ୍ଚତ୍ତ ହୋଇ ରୌପ୍ୟରେ ସନ୍ତୁଷ୍ଟ ହୋଇଥିଲେ। ”ଜାତୀୟ କ୍ରୀଡ଼ାରେ ଅତି ଉତ୍କୃଷ୍ଟ ପ୍ରଦର୍ଶନ କରି ପ୍ରଣତି ଓଡ଼ିଶାକୁ ଗର୍ବିତ କରିଛନ୍ତି। ତାଙ୍କ ସଫଳତା ରାଜ୍ୟରେ ପ୍ରତିଭାର ବିକାଶ ହେଉଥିତ୍ବା ପ୍ରମାଣିତ ହୋଇଛି“ ବୋଲି ମଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଓଡ଼ିଶା ଜିମ୍ନାଷ୍ଟିକ୍ସ ଦଳର ଉନ୍ନତ ପ୍ରଦର୍ଶନରେ ଉଲ୍ଲେଖନୀୟ ଭୂମିକା ନିର୍ବାହ କରିଥିବା କୋଚ୍‌ ଅଶୋକ ମିଶ୍ରଙ୍କୁ ମଧ୍ୟ ସେ ପ୍ରଶଂସା କରିଛନ୍ତି। ଆଗାମୀ ପ୍ରତିଯୋଗିତାଗୁଡ଼ିକ ପାଇଁ ପ୍ରସ୍ତୁତ ହେବାକୁ ପ୍ରଣତିଙ୍କୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ଉପସ୍ଥିତ ଥିବା ୫-ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ମଧ୍ୟ ଜିମ୍ନାଷ୍ଟିକ୍ସ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

କଳିଙ୍ଗ ଷ୍ଟାଡିୟମସ୍ଥିତ ଓଡ଼ିଶା ଏଏମ୍‌ଏନ୍‌ଏସ୍‌/ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ-ପରଫର୍ମାନ୍ସ ସେଣ୍ଟରର ଅନ୍ତେବାସୀ ପ୍ରଣତି ମୁଖ୍ୟ କୋଚ୍‌ ଅଶୋକ ମିଶ୍ରଙ୍କଠାରୁ ପ୍ରଶିକ୍ଷଣ ନେଇ କ୍ରମେ ଉନ୍ନତି ପ୍ରଦର୍ଶନ ଦେବାରେ ଲାଗିଛନ୍ତି। ତୃଣମୂଳ ସ୍ତରରୁ ଏଲିଟ ପର୍ଯ୍ୟନ୍ତ ଜିମ୍ନାଷ୍ଟିକ୍ସର ବିକାଶ ପାଇଁ ସମର୍ଥନ ଯୋଗାଇ ଦେଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉଭୟ ପ୍ରଣତି ଓ ଅଶୋକ ମିଶ୍ର କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?