୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ରାଜ୍ୟ ସରକାର ଏବଂ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଟି ମୁହୂର୍ତ୍ତରେ ସିଧାସଳଖ ନଜର ରଖିଥିବା ତାଙ୍କ ‘X’ରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରି ପ୍ରଭାବିତ ଅଞ୍ଚଳରେ ସହାୟତା କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସେ ବନ୍ୟା ପରିସ୍ଥିତି ଏବଂ ଏହାର ମୁକାବିଲା ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଏବଂ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ସହ ଆଲୋଚନା କରିଛନ୍ତି। କେହି ହେଲେ ଆଦୌ ବିଚଳିତ କିମ୍ବା ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି। ପ୍ରତିଟି ପଦକ୍ଷେପରେ ଲୋକମାନଙ୍କ ସହ ସରକାର ଠିଆହୋଇଛନ୍ତି। ପ୍ରଶାସନର ସୂଚନାକୁ ପାଳନକଲେ ସମସ୍ତେ ସୁରକ୍ଷିତ ରହିପାରିବେ। ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାରେ ବନ୍ୟା ପରିଚାଳନା, ସ୍ଥାନାନ୍ତର ଓ ରିଲିଫ କାର୍ଯ୍ୟ ତଦାରଖ କରିବା ଲାଗି ୩ ଜଣ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଦିଆଯାଇଛି। ଜଳସ୍ତର ଓ ପରିସ୍ଥିତି ଉପରେ ନଜର ରଖିବା ପାଇଁ ଏସ୍‌ଆର୍‌ସି କାର୍ଯ୍ୟାଳୟ ଓ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷକୁ ୨୪X୭ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବାସଗୃହ ଓ ଚାଷଜମି ପାଇଁ ପ୍ରଭାବିତ ଜନସାଧାରଣଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?