Posted inଜାତୀୟ

‘ମୁଖ୍ୟମନ୍ତ୍ରୀ ଚେହେରା ନାହିଁ, ଦଳ ପାଇଁ ମିଳିମିଶି କାମ କର’

ବେଙ୍ଗାଲୁରୁ,୨୧।୭: ୨୦୨୩ ବିଧାନସଭା ନିର୍ବାଚନ ପୂର୍ବରୁ କର୍ନାଟକରେ କଂଗ୍ରେସ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। କଂଗ୍ରେସ ନେତା ସିଦ୍ଧରମୈୟା ଏବଂ କର୍ନାଟକ ୟୁନିଟ ସଭାପତି ଡି.କେ ଶିବକୁମାର ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ୨୦୨୩ ନିର୍ବାଚନ ପାଇଁ ଦଳ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିବ ନାହିଁ ବୋଲି ହାଇକମାଣ୍ଡ ସ୍ପଷ୍ଟ କରିଛନ୍ତି। ଏହା ସହିତ ଉଭୟ ନେତାଙ୍କୁ ନିର୍ବାଚନରେ ଜିତିବା ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ କୁହାଯାଇଛି। ଉଭୟ ସିଦ୍ଧରମୈୟା ଏବଂ ଶିବକୁମାର ପାର୍ଟିରେ ବଡ ପଦ ହାସଲ କରିବାକୁ ଚାହୁଁଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀଙ୍କ ପଦବୀ ଉପରେ ନଜର ରଖିଛନ୍ତି। ରାହୁଲ ଗାନ୍ଧୀ ସେମାନଙ୍କୁ ମିଳିତ ଭାବେ କାର୍ଯ୍ୟ କରିବାକୁ କହିଛନ୍ତି ଏବଂ ନିର୍ବାଚନ ଦୁଇ ବର୍ଷ ବାକି ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ପଦ ବିଷୟରେ ଚିନ୍ତା ନ କରିବାକୁ କହିଛନ୍ତି। ରାହୁଲ ତାଙ୍କୁ କହିଛନ୍ତି ଯେ, ନିର୍ବାଚନରେ ଜିତିବା ଉପରେ ଧ୍ୟାନ ଦେବା ଉଚିତ୍‌। ସେମାନେ ମତଭେଦକୁ ଦୂରେଇ ରଖିବାକୁ କହିଥିଲେ।
୨୦୨୩ ବିଧାନସଭା ନିର୍ବାଚନରେ କଂଗ୍ରେସର ନେତୃତ୍ୱ ପାଇଁ କିଛି କଂଗ୍ରେସ ବିଧାୟକ ସିଦ୍ଧରମୈୟାଙ୍କୁ ସମର୍ଥନ କରୁଛନ୍ତି। ଏଥି ସହ ଅନ୍ୟ କେତେକ ନେତା ଚାହୁଁଛନ୍ତି ଯେ ବିଧାନସଭା ନିର୍ବାଚନରେ ରାଜ୍ୟ କଂଗ୍ରେସ ମୁଖ୍ୟ ଡି.କେ ଶିବକୁମାର ଦଳର ନେତୃତ୍ୱ ନିଅନ୍ତୁ। ବିରୋଧୀ ଦଳରେ ଥାଇ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଏଭଳି ଆଲୋଚନା ହେତୁ ଦଳ ଅସହଜ ପରିସ୍ଥିତିର ସମ୍ମୁଖୀନ ହେଉଛି। ଅନ୍ୟପକ୍ଷରେ ଏହା ମଧ୍ୟ ଜାଣିବାକୁ ମିଳିଛି ଯେ ଏଆଇସିସି ଜାତୀୟ ସାଧାରଣ ସମ୍ପାଦକ ତଥା ଦଳର କର୍ନାଟକର ଦାୟିତ୍ୱରେ ଥିବା ରଣଦୀପ ସିଂ ସୁରଜେୱାଲା ମଧ୍ୟ ରାଜ୍ୟ ଗସ୍ତ କରିବେ ଏବଂ ଏଠାରେ କାର୍ଯ୍ୟାଳୟର ଅଧିକାରୀଙ୍କ ସହ ଆଲୋଚନା କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri