Posted inଜାତୀୟ

ଡିଜିପିଙ୍କୁ ଚୁଡ଼ି ପିନ୍ଧାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ: ଭାଜପାର କଟାକ୍ଷ…

ମୁଜାଫରପୁର,୨୯।୪ : ପୂର୍ବତନ ଏମପି ଆନନ୍ଦ ମୋହନ ଜେଲରୁ ଖଲାସ ହେବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଲଗାତାର ଟାର୍ଗେଟ କରାଯାଉଛି। ବିହାର ସରକାରଙ୍କ ଏହି ନିଷ୍ପତ୍ତିକୁ ଭାଜପା ପ୍ରଶ୍ନ କରୁଛି। ଭାଜପାର ରାଜ୍ୟ ସଭାପତି ସମ୍ରାଟ ଚୌଧୁରୀ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବିହାରର ଆଇନ ଶୃଙ୍ଖଳା ବିଷୟରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନୀତୀଶ ଡିଜିପିଙ୍କୁ ଚୁଡ଼ି ପିନ୍ଧାଇ ଦେଇଛନ୍ତି। ଯେତେ ଦିନ ପର୍ଯ୍ୟନ୍ତ ଏହି ଚୁଡି ରହିଥିବ, ରାଜ୍ୟରେ ଅପରାଧ ଏହିପରି ବୃଦ୍ଧି ପାଇବ।

ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସେ ମୁଜାଫରପୁର ଆସିଥିଲେ। ଏହି ସମୟରେ ସେ ଏଭଳି କଟାକ୍ଷ କରିଛନ୍ତି। ଆମ ମା ଏବଂ ଭଉଣୀମାନଙ୍କ ହାତରେ ଥିବା ଚୁଡିି ଭଳି ବିହାରର ଡିଜିପିଙ୍କ ହାତରେ ଏହା ଅଛି। ତେଣୁ ସେ କିଛି କରିପାରୁ ନାହାନ୍ତି। ଏନେଇ ନୀତୀଶ ଇସ୍ତଫା ଦେବା ଉଚିତ।

ନାଳନ୍ଦାରୁ ଜେଡିୟୁ ଏମପି କୌଶଳେନ୍ଦ୍ର କୁମାର ଏହି ବିବୃତ୍ତିକୁ ବିରୋଧ କରିଛନ୍ତି। ମୁଁ ସମ୍ରାଟଙ୍କ ଏଭଳି ମନ୍ତବ୍ୟ ପ୍ରତି ଧ୍ୟାନ ଦେଉ ନାହିଁ। ଯେଉଁମାନେ ନୀତୀଶଙ୍କ ଚାକର ସେମାନଙ୍କୁ ମୁଁ କିଛି କହିବାକୁ ଚାହେଁନା। ମୁଁ ନୀତୀଶଙ୍କ ପାଇଁ ପ୍ରତ୍ୟେକ ବଳିଦାନ ଦେବାକୁ ପ୍ରସ୍ତୁତ। ତାଙ୍କ ଯୋଗୁ ମୁଁ ତିନିଥର ସଂସଦର ସଦସ୍ୟ ହୋଇଥିଲି ଏବଂ ଯଦି ସେ ଆଗକୁ ବଢ଼଼ନ୍ତି, ତା’ହେଲେ ମୋ ପାଇଁ ଏହାଠାରୁ ଅଧିକ କିଛି ଖୁସି ହୋଇପାରିବ ନାହିଁ। ମୁଁ ଚାହୁଁଛି ସେ ତାଙ୍କ ଘର ଜିଲା ନାଲନ୍ଦାରୁ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ଯଦି ସେ ଏହା କରନ୍ତି ତେବେ ମୁଁ ମୋ ଆସନ ଛାଡିଦେବି। ଯଦି ସେ ଏଠାରୁ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, ତେବେ ଜିତିବା ତାଙ୍କ ପାଇଁ ସହଜ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri