Posted inଜାତୀୟ

ସିସୋଦିଆଙ୍କ ବିରୋଧରେ ୧୦୦ କୋଟିର ମାନହାନୀ ମକଦ୍ଦମା କଲେ ମୁଖ୍ୟମନ୍ତ୍ରୀ ହିମନ୍ତଙ୍କ ସ୍ତ୍ରୀ…

ନୂଆଦିଲ୍ଲୀ, ୨୨।୬ : ଦିଲ୍ଲୀର ଏଏପି ସରକାରଙ୍କ ଅସୁବିଧା ଶେଷ ହେବାର ନା ନେଉନାହିଁ। ବର୍ତ୍ତମାନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରାଯାଇଛି। ଆସାମର ମୁଖ୍ୟମନ୍ତ୍ରୀ ଡକ୍ଟର ହିମନ୍ତ ବିଶ୍ୱ ସରମାଙ୍କ ସ୍ତ୍ରୀ ରିଙ୍କି ଭୁୟାଁ ସରମା ମଙ୍ଗଳବାର ମନୀଷ ସିସୋଡିଆଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛନ୍ତି। ସିଭିଲ ଜଜ ଗୁଆହାଟିଙ୍କ କୋର୍ଟରେ ରିଙ୍କି ଭୁୟାଁ ମାନହାନି ମକଦ୍ଦମା ଦାୟର କରିଛନ୍ତି ଏବଂ କ୍ଷତିପୂରଣ ବାବଦରେ ୧୦୦ କୋଟି ଟଙ୍କା ମଧ୍ୟ ଦାବି କରିଛନ୍ତି।

ରିଙ୍କି ପିପିଏ କିଟ ପ୍ରସଙ୍ଗରେ ଦିଲ୍ଲୀର ଡେପୁଟି ସିଏମ ଏବଂ ଏଏପି ନେତା ମନୀଷ ସିସୋଦିିଆଙ୍କ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନୀ ମାମଲା ଦାୟର କରିଛନ୍ତି। ରିଙ୍କି ଭୁୟାଁଙ୍କ ଆଇନଜୀବୀ ପି ନାୟକ କହିଛନ୍ତି ଯେ ଏଫଆଇଆର ଦାଖଲ କରାଯାଇଛି। ନିକଟରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିିଆ ପିପିଏ କିଟ ଚୁକ୍ତି ସମ୍ପର୍କରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣଥିଲେ।

ସିସୋଡିଆ ଏକ ଗଣମାଧ୍ୟମ ସମ୍ମିଳନୀରେ ଅଭିଯୋଗ କରିଥିଲେ ଯେ ହିମନ୍ତ ତାଙ୍କ ସ୍ତ୍ରୀ ଏବଂ ପୁଅଙ୍କର ବ୍ୟବସାୟିକ ଭାଗିଦାରୀ ସଂସ୍ଥାକୁ ୨୦୨୦ରେ ବଜାର ଦରଠାରୁ ଅଧିକ ମୂଲ୍ୟରେ ପିପିଇ କିଟ ଯୋଗାଣ ପାଇଁ ସରକାରୀ ଚୁକ୍ତିନାମା ଦେଇଛନ୍ତି।

ସିସୋଦିଆଙ୍କ ଏହି ବିବୃତ୍ତି ନେଇ ହିମନ୍ତ କହିଥିଲେ ଯେ ତାଙ୍କ ସ୍ତ୍ରୀ ଗୋଟିଏ ପଇସା ନ ନେଇ ସରକାରଙ୍କୁ ୧୫୦୦ ପିପିଇ କିଟ ଦାନ କରିଥିଲେ। ଏଭଳି ଅଭିଯୋଗ ନେଇ ସେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri