ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦର୍ଶନୀ ପଡ଼ିଆରେ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ ଓଡ଼ିଶାର ବୀରପୁତ୍ରଙ୍କୁ ମନେପକାଇବା ସହ ସମ୍ମାନ ଜଣାଇଛନ୍ତି। ଏଥିସହ ବୀର ଯବାନ ଓ ଶହୀଦ କରୋନା ଯୋଦ୍ଧାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଦେଶ ଓ ରାଜ୍ୟରେ ଜାରି ରହିଥିବା କରୋନା ସଙ୍କଟର ମୁକାବିଲା ପାଇଁ ସାହାସର ସହ କାମ କରିବାକୁ ସେ ଆହ୍ବାନ ଦେଇଛନ୍ତି। କରୋନା ମୁବାବିଲା ଲାଗି ବିଭିନ୍ନ ଜିଲାରେ କୋଭିଡ ହସ୍ପିଟାଲ ରହିଛି। ଏଥିସହ ରାଜ୍ୟରେ ପ୍ଲାଜମା ଥେରାପି ଚିକିତ୍ସା ପାଇଁ ପ୍ଲାଜମା ବ୍ୟାଙ୍କ ମଧ୍ୟ ଖୋଲାଯାଇଛି ବୋଲି ନବୀନ କହିଛନ୍ତି। ତେବେ ଅର୍ଥ ଅଭାବରୁ କେହି କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିଜ ସମ୍ବୋଧନରେ କହିଛନ୍ତି। କରୋନା ଯୋଦ୍ଧାଙ୍କ ସେବା ଅତୁଳନୀୟ, ସେମାନଙ୍କ ପାଇଁ ଦେଶରେ ମୃତ୍ୟୁହାର କମ୍‌ ରହିଛି। କେବଳ ଦେଶରେ ନହେଁ ସାରା ବିଶ୍ୱ ପାଇଁ ସଙ୍କଟ ଆଣିଛି କରୋନା। ଏଥିପାଇଁ ଶିକ୍ଷା, ସ୍ବାସ୍ଥ୍ୟ, ଅର୍ଥନୀତି, ପରିବହନ ଓ ପର୍ଯ୍ୟଟନ ପ୍ରଭାବିତ ହୋଇଛି। କରୋନା ପାଇଁ ବିଶ୍ୱର କୋଟି କୋଟି ଲୋକ ନିଜର ଜୀବିକା ହରାଇଛନ୍ତି। ଭାକ୍ସିନ ଆସିଲେ ଯାଇ କରୋନା ନିୟନ୍ତ୍ରଣ ହୋଇପାରିବ। ଖୁବ୍‌ଶୀଘ୍ର ଦେଶରୁ କରୋନା ମୁକ୍ତ ହେବ ବୋଲି ବିଶ୍ୱାସ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

୧ରେ ରାଜ୍ୟ କ୍ୟାବିନେଟ୍‌: କୃଷକ, ମହିଳାଙ୍କ ପାଇଁ…

ଭୁବନେଶ୍ୱର,୨୯ା୭(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri