ବଢ଼ୁଥିବା ଅପରାଧ ନେଇ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ବର୍ଷକର ତଥ୍ୟ ଧରି ଆସିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ…

ଭୂବନେଶ୍ୱର,୮।୮: ଓଡ଼ିଶାରେ ଦିନକୁ ଦିନ ବଢ଼ୁଥିବା ଅପରାଧକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଜରୁରୀ କାଳୀନ ବୈଠକ ଡାକିଛନ୍ତି। ଶୁକ୍ରବାର ଅପରାହ୍ଣ ୩ଟାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ, ଯେଉଁଥିରେ ଗୃହ ସଚିବ, ଡିଜିପି, କ୍ରାଇମବ୍ରାଞ୍ଚ ଏବଂ ଗୁଇନ୍ଦା ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ରହିବେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ରାଜ୍ୟରେ ବିଗତ ଏକ ବର୍ଷରେ ଘଟିଥିବା ଅପରାଧ ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ସହିତ ଡିଜିପିଙ୍କୁ ବୈଠକରେ ଉପସ୍ଥିତ ରହିବାକୁ କୁହାଯାଇଛି। ଏହା ସହିତ, କ୍ରାଇମବ୍ରାଞ୍ଚ ଓ ଗୁଇନ୍ଦା ବିଭାଗର ଡିଜିଙ୍କୁ ରାଜ୍ୟରେ ଅପରାଧ ନିୟନ୍ତ୍ରଣ ଓ ତଦନ୍ତ ସମ୍ପର୍କିତ ଏକ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତ କରି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଅନୁଯାୟୀ, ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ହିଂସା, ଚୋରୀ, ଡକାୟତି, ମହିଳାଙ୍କ ବିରୁଦ୍ଧରେ ଅପରାଧ ଏବଂ ଅନ୍ୟାନ୍ୟ ଗୁରୁତର ଅପରାଧର ଘଟଣା ବୃଦ୍ଧି ପାଇଛି, ଯାହା ସାଧାରଣ ଜନତାଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଏହି ବୈଠକ ଡାକି ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯୋଜନା କରୁଥିବା ଜଣାପଡ଼ିଛି।

ବୈଠକରେ ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ବିଭାଗର କାର୍ଯ୍ୟଦକ୍ଷତା ବୃଦ୍ଧି, ଗୁଇନ୍ଦା ତଥ୍ୟ ସଂଗ୍ରହରେ ଉନ୍ନତି ଏବଂ ଅପରାଧୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଆଲୋଚନା ହେବାର ସମ୍ଭାବନା ରହିଛି। ଏହା ସହିତ, ରାଜ୍ୟରେ ନିରାପତ୍ତା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ନୂତନ ରଣନୀତି ପ୍ରସ୍ତୁତ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri