ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ ପାରା କ୍ରୀଡ଼ାବିତ୍‌ ତଥା ଛତ୍ରପୁର ଗିଲଟିପେଟାସାହି ବାସିନ୍ଦା ଭି. ରମେଶ ରାଓଙ୍କୁ ଶୁକ୍ରବାର ଗୋପାଳପୁର ବେଳାଭୂମି ମହୋତ୍ସବର ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାନପତ୍ର ସହ ଉପଢୌକନ ପ୍ରଦାନ କରି ସମ୍ମାନିତ କରିଛନ୍ତି । ଏହି ଅବସରରେ ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆସିକା ବିଧାୟକ ସରୋଜ କୁମାର ପାଢ଼ୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ସହ ଅନ୍ୟାନ୍ୟ ଅତିଥିମାନେ ଉପସ୍ଥିତ ଥିଲେ ।

Dharitri – The Largest & Most Trusted Odia Daily