Posted inଜାତୀୟ

ଆତ୍ମସମର୍ପଣ କରିଥିବା ଉଗ୍ରବାଦୀଙ୍କୁ କୁଣ୍ଢାଇ ଧରିଲେ ମୁଖ୍ୟମନ୍ତ୍ରୀ, ସୋସିଆଲ ମିଡ଼ିଆରେ ଭାଇରାଲ…

ଗୁଆହାଟୀ,୨୮।୧୦ : ଦକ୍ଷିଣ ଆସାମର ଦିମା ହାସାଓ ଜିଲାରେ ଶନିବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଆଗରେ ଦିମାସା ନ୍ୟାସନାଲ ଲିବରେଶନ ଆର୍ମି (ଡିଏନଏଲଏ) ର ୧୮୧ ଉଗ୍ରବାଦୀ ଅସ୍ତ୍ରଶସ୍ତ୍ର ସହିତ ଆତ୍ମସମର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ସହ ଏହାକୁ ଏକ ଐତିହାସିକ ଦିନ ବୋଲି କହିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ଆତ୍ମସମର୍ପଣ କରିଥିବା ଉଗ୍ରବାଦୀଙ୍କୁ କୁଣ୍ଢାଇ ଧରିଥିଲେ। ଏହି ଫଟୋ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ସେ କହିଛନ୍ତି ଯେଉଁମାନେ ହିଂସା ପଥ ଛାଡି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ବିକଶିତ ଭାରତ ଗଠନରେ ଯୋଗ ଦେଇଛନ୍ତି ସେମାନଙ୍କୁ ମୁଖ୍ୟ ସ୍ରୋତରେ ସ୍ବାଗତ କରାଯାଇଛି। ଏହି ଅଞ୍ଚଳରେ ଶାନ୍ତି ଫେରାଇ ଆଣିବାରେ ଏହା ଏକ ମାଇଲଖୁଣ୍ଟ ବୋଲି ପ୍ରମାଣିତ ହେବ। ଏହି ଅବସରରେ ଡିଏନଏଲଏ ଉଗ୍ରବାଦୀମାନେ ଏକେ- ସିରିଜ ରାଇଫଲ, ଏମ-୧୬ ରାଇଫଲ ଏବଂ ଗ୍ରେନେଡ ସମେତ ବହୁ ପରିମାଣର ଅତ୍ୟାଧୁନିକ ଅସ୍ତ୍ର ଜମା କରିଥିଲେ ।

ଏଥିପାଇଁ ଡିମା ହାସାଓ ଜିଲାର ମୁଖ୍ୟାଳୟ ହାଫଲଙ୍ଗର ଜିଲା କ୍ରୀଡ଼ା ସଂଘ ଗ୍ରାଉଣ୍ଡରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଆସାମ ମୁଖ୍ୟମନ୍ତ୍ରୀ ଶର୍ମା, ଦିମା ହାସାଓ ସ୍ବୟଂଶାସିତ ପରିଷଦ ମୁଖ୍ୟ ଦେବଲାଲ ଗାର୍ଲୋସା, ମହାନିର୍ଦ୍ଦେଶକ ପୋଲିସ (ଡିଜିପି) ଜିପି ସିଂ ଏବଂ ବହୁ ମନ୍ତ୍ରୀ, ବରିଷ୍ଠ ପୋଲିସ ଏବଂ ନାଗରିକ ପ୍ରଶାସକ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri