ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ, ଫେରିବ ଚିଟ୍‌ଫଣ୍ଡ ଟଙ୍କା!

ଭୁବନେଶ୍ୱର,୧୯।୬: ନୂଆ ସରକାର ଆସୁଆସୁ ଆକ୍ସନ ମୋଡକୁ ଆସିଛନ୍ତି ଭାଜପା ସରକାର। ଚିଟଫଣ୍ଡ ଘୋଟାଲାରେ କୋଟି କୋଟି କ୍ଷତିଗ୍ରସ୍ତ ନ୍ୟାୟ ପାଇବା ପାଇଁ ଚାହିଁ ବସିଥିବାବେଳେ ଏହାରି ଭିତରେ ଆସିଛି ଆଶ୍ବସ୍ତିକର ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ମାଗଛନ୍ତି। ରାଜ୍ୟ ସରକାର ଏନେଇ ତତ୍ପରତା ପ୍ରକାଶ କରିଛନ୍ତି । ଯାହା ପରେ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ମନରେ ଟଙ୍କା ଫେରିପାଇବାର ଆଶା ଆଉ ଥରେ ଉଜ୍ଜୀବିତ ହୋଇଛି ।

ମିଳିଥିବା ଖବର ଅନୁଯାୟୀ, କ୍ଷତିଗ୍ରସ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ମାଗିଛି ରାଜ୍ୟ ଅର୍ଥ ବିଭାଗ । କଟକ କ୍ଷମତାସଂପନ୍ନ ଅଧିକାରୀଙ୍କ କାର୍ଯ୍ୟାଳୟ-OPIDକୁ ତଥ୍ୟ ମାଗିଥିବା ସୂଚନା ମିଳିଛି । ଏନେଇ ତଥ୍ୟ ସଂଗ୍ରହ କରିଛନ୍ତି ଅର୍ଥ ବିଭାଗର ଅତିରିକ୍ତ ସଚିବ ଓ ଅଧିକାରୀ । OPID ଅଧିକାରୀଙ୍କ ନିକଟରୁ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ତଥ୍ୟ ସଂଗ୍ରହ କରାଯାଇଥିବା ଖବର ମିଳିଛି ।

ସୂଚନା ଅନୁଯାୟୀ, OPID ଅଧିକାରୀଙ୍କ ନିକଟରେ ୨୬ଟି ଚିଟଫଣ୍ଡ କମ୍ପାନୀର ମାମଲା ରହିଛି । ବର୍ତ୍ତମାନ ସୁଦ୍ଧା ଦୁଇଟି କମ୍ପାନୀ ଗୋଲ୍ଡେନ ଲ୍ୟାଣ୍ଡ ଡେଭଲପର୍ସ ଓ ହାଇଟେକର ସମ୍ପତ୍ତି ବାଜ୍ୟାପ୍ତି ହୋଇଛି । ଦୁଇ କମ୍ପାନୀ ଦ୍ବାରା କ୍ଷତିଗ୍ରସ୍ତଙ୍କୁ ଫେରସ୍ତ ହେଉଛି ଟଙ୍କା । ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ଆହୁରି ସରଳୀକରଣ କରାଯିବ ବୋଲି ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି କଟକ OPID ଅଧିକାରୀ ଉମାକାନ୍ତ ରାଜ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?