ଦୁବାଇରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍‌ ଦୁବାଇରେ ପହଞ୍ଚତ୍ଛନ୍ତି। ଆସନ୍ତା ୨୯ରେ ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀ ବିଦେଶୀ ନିବେଶକଙ୍କ ସହ ସେଠାରେ ସିଧାସଳଖ ଆଲୋଚନା କରିବେ। ଖାଦ୍ୟ ପ୍ରକ୍ରିୟାକରଣରୁ ଡାଉନ୍‌ଷ୍ଟ୍ରିମ୍‌ ଇଣ୍ଡଷ୍ଟ୍ରିଜ୍‌ରେ ବ୍ୟାପକ ପୁଞ୍ଜି ନିବେଶ ପାଇଁ ନିବେଶକଙ୍କୁ ନବୀନ ଆମନ୍ତ୍ରଣ କରିବେ। ସରକାରଙ୍କ ସିଙ୍ଗଲ ଓ୍ବିଣ୍ଡୋ ଯୋଗୁ ଓଡ଼ିଶା କିପରି ଏବେ ଇନ୍‌ଭେଷ୍ଟମେଣ୍ଟ ହବ୍‌ରେ ପରିଣତ ହୋଇଛି ସେନେଇ ବୁଝାଇବେ। ଇନ୍‌ଭେଷ୍ଟର୍ସ ମିଟ୍‌ ପରେ ପ୍ରବାସୀ ଓଡ଼ିଆଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍‌ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପୂର୍ବରୁ ଅଧିକାରୀମାନେ ବିଭିନ୍ନ କର୍ପୋରେଟ୍‌ କମ୍ପାନୀ ସହ ପୁଞ୍ଜି ନିବେଶର ବାସ୍ତବତା, ସମ୍ଭାବନା ଓ ସୁଯୋଗ ଆଦି ଆଲୋଚନା କରି ଖସଡ଼ା ପ୍ରସ୍ତୁତ କରୁଛନ୍ତି।
ପୁଞ୍ଜି ନିବେଶ କ୍ଷେତ୍ରରେ ଶୂନ୍‌ରୁ ଶୀର୍ଷରେ ଓଡ଼ିଶା ପହଞ୍ଚିଛି। ଗତ ୨୨ ବର୍ଷରେ ଓଡ଼ିଶାର ଦୃଶ୍ୟପଟ୍ଟ ବଦଳିଛି। କେବଳ ଜାତୀୟ ନୁହେଁ, ଅନ୍ତର୍ଜାତୀୟସ୍ତରର ବଡ଼ ବଡ଼ କର୍ପୋରେଟ୍‌ କମ୍ପାନୀ ଏବେ ଓଡ଼ିଶାମୁହାଁ ହୋଇଛନ୍ତି। ଇନ୍‌ଭେଷ୍ଟର୍ସ ମିଟ୍‌ ପରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ)ର ୭ ଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସହ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍‌ ରାଜ୍ୟର କଳା, ସଂସ୍କୃତିରେ ଭାବ ବିନିମୟ ନେଇ ଆଲୋଚନା କରିବେ। ୨୯ରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀ ଯୋଗଦେବା ପରେ ୩୦ରେ ଦିଲ୍ଲୀରେ ପହଞ୍ଚିବେ। ସେହିଦିନ ରାତିରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?