ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ, ଆଜି ନିବେଶକ ସମ୍ମିଳନୀ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଓଡ଼ିଶା ନିବେଶକ ସମ୍ମିଳନୀ ସୋମବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ପୁଞ୍ଜିପତିଙ୍କ ସହ ସିଧାସଳଖ ଆଲୋଚନା କରିବେ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆମନ୍ତ୍ରଣ କରିବେ। ରବିବାର ନବୀନଙ୍କ ଜନ୍ମଦିନ ହୋଇଥିବା ସତ୍ତ୍ବେ ଏହି କାର୍ଯ୍ୟକ୍ରମ ପାଇଁ ସେ ହାଇଦ୍ରାବାଦ ଗସ୍ତ କରିଛନ୍ତି। ସୂଚନା ଅନୁସାରେ, ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ଯାଏ ଭୁବନେଶ୍ବରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ୩ୟ ସଂସ୍କରଣ ଆୟୋଜିତ ହେବ। ଏହାକୁ ସଫଳ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ନିବେଶକ ସମ୍ମିଳନୀ ଜରିଆରେ ପୁଞ୍ଜିପତିଙ୍କ ସହ ୱାନ୍‌ ଟୁ ୱାନ୍‌ ଆଲୋଚନା କରି ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀ ନିଜେ ଆକୃଷ୍ଟ କରୁଛନ୍ତି। ଏହିକ୍ରମରେ ହାଇଦ୍ରାବାଦ ତାଜକ୍ରିଷ୍ଣା ହୋଟେଲରେ ସୋମବାର ନିବେଶକ ସମ୍ମିଳନୀ ଅନୁଷ୍ଠିତ ହେବ। ପ୍ରାୟ ୩୫ ବ୍ୟବସାୟିକ ସଂସ୍ଥାର ମାଲିକଙ୍କୁ ନବୀନ ଭେଟିବାର କାର୍ଯ୍ୟକ୍ରମ ରହିଛି। ଦେଶର ଅନ୍ୟ ରାଜ୍ୟ ଅପେକ୍ଷା ଓଡ଼ିଶା ଅଧିକ ପ୍ରୋତ୍ସାହନ ଦେବ ବୋଲି ରାଜ୍ୟ ସରକାର ପ୍ରତିଶ୍ରୁତି ଦେଉଛନ୍ତି। ହାଇଦ୍ରାବାଦରେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ୧୩ଟି ଶିଳ୍ପସଂସ୍ଥାର ମୁଖ୍ୟଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି। ହାଇଦ୍ରାବାଦ ସମ୍ମିଳନୀରେ ମୁଖ୍ୟତଃ ଆଇଟି/ଆଇଟିଇଏସ, ସ୍ବାସ୍ଥ୍ୟସେବା, ପେଟ୍ରୋକେମିକାଲ୍ସ, ଇଏସଡିଏମ୍‌ ଏବଂ ଡାଟା ସେଣ୍ଟର, ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ, ବୟନ ଓ ପୋଷାକ, ଖାଦ୍ୟ ପ୍ରକ୍ରିୟାକରଣ, ଅକ୍ଷୟ ଶକ୍ତି ଆଦି କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?